14 ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ ।
15 ଯୋହନ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ ଉଚ୍ଚସ୍ୱରରେ କହିଲେ, ଯେ ମୋ' ଉତ୍ତାରେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି ।
16 ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହ ପ୍ରାପ୍ତ ହୋଇଅଛୁ ।
17 କାରଣ ମୋଶାଙ୍କ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା ।
18 କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ ।