Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 1

ଯୋହନ 1:2-41

Help us?
Click on verse(s) to share them!
2ସେ ଆଦ୍ୟରେ ଈଶ୍ୱରଙ୍କ ସହିତ ଥିଲେ ।
3ତାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ ହେଲା; ଆଉ ଯେ ସମସ୍ତ ସୃଷ୍ଟ ହୋଇଅଛି, ସେଥିମଧ୍ୟରୁ ଗୋଟିଏ ସୁଦ୍ଧା ତାହାଙ୍କ ବିନା ସୃଷ୍ଟ ହୋଇ ନାହିଁ ।
4ତାହାଙ୍କଠାରେ ଜୀବନ ଥିଲା ଓ ସେହି ଜୀବନ ମନୁଷ୍ୟମାନଙ୍କର ଜ୍ୟୋତିଃ ।
5ସେହି ଜ୍ୟୋତିଃ ଅନ୍ଧକାରରେ ଜାଜ୍ୱଲ୍ୟମାନ ହୋଇ ଆସୁଅଛି, ଆଉ ଅନ୍ଧକାର ତାହା ଗ୍ରହଣ କରି ନାହିଁ ।
6ଈଶ୍ୱରଙ୍କ ନିକଟରୁ ପ୍ରେରିତ ଜଣେ ବ୍ୟକ୍ତି ଉପସ୍ଥିତ ହେଲେ; ତାହାଙ୍କ ନାମ ଯୋହନ ।
7ସେ ଯେପରି ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦିଅନ୍ତି, ପୁଣି, ତାହାଙ୍କ ଦ୍ୱାରା ସମସ୍ତେ ବିଶ୍ୱାସ କରନ୍ତି, ଏଥିପାଇଁ ସେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ ।
8ସେ ନିଜେ ସେହି ଜ୍ୟୋତିଃ ନ ଥିଲେ, କିନ୍ତୁ ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ ।
9ଯେଉଁ ସତ୍ୟ ଜ୍ୟୋତିଃ ପ୍ରତ୍ୟେକ ମନୁଷ୍ୟକୁ ଆଲୋକ ପ୍ରଦାନ କରନ୍ତି, ସେ ଜଗତକୁ ଆସୁଥିଲେ ।
10ସେ ଜଗତରେ ଥିଲେ ଓ ଜଗତ ତାହାଙ୍କ ଦ୍ୱାରା ସୃଷ୍ଟ ହେଲା, ତଥାପି ଜଗତ ତାହାଙ୍କୁ ଚିହ୍ନିଲା ନାହିଁ ।
11ସେ ଆପଣା ରାଜ୍ୟକୁଆସିଲେ, ତଥାପି ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ ।
12ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍‍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଈଶ୍ୱରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ;
13ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ୱରଙ୍କଠାରୁ ଜାତ ହେଲେ ।
14ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ ।
15ଯୋହନ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ ଉଚ୍ଚସ୍ୱରରେ କହିଲେ, ଯେ ମୋ' ଉତ୍ତାରେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି ।
16ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହ ପ୍ରାପ୍ତ ହୋଇଅଛୁ ।
17କାରଣ ମୋଶାଙ୍କ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା ।
18କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ ।
19ଆପଣ କିଏ, ଏହା ଯୋହନଙ୍କୁ ପଚାରିବା ନିମନ୍ତେ ଯିହୂଦୀମାନେ ଯେତେବେଳେ ଯିରୂଶାଲମରୁ ଯାଜକ ଓ ଲେବୀୟମାନଙ୍କୁ ତାହାଙ୍କ ନିକଟକୁ ପଠାଇଲେ, ସେତେବେଳେ ସେ ଏହି ସାକ୍ଷ୍ୟ ଦେଲେ,
20ସେ ସ୍ୱୀକାର କଲେ, ଅସ୍ୱୀକାର କଲେ ନାହିଁ; ସେ ସ୍ୱୀକାର କଲେ, ମୁଁ ଖ୍ରୀଷ୍ଟ ନୁହେଁ ।
21ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତେବେ କ'ଣ ? ଆପଣ କ'ଣ ଏଲୀୟ ? ସେ କହିଲେ, ମୁଁ ନୁହେଁ । ଆପଣ କ'ଣ ସେହି ଭାବବାଦୀ ? ସେ ଉତ୍ତର ଦେଲେ, ନା ।
22ସେଥିରେ ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କୁ ପଠାଇଥିବା ଲୋକଙ୍କୁ ଯେପରି ଉତ୍ତର ଦେଇପାରୁ, ଏଥିସକାଶେ ଆପଣ କିଏ ? ଆପଣ ନିଜ ବିଷୟରେ କ'ଣ କହୁଅଛନ୍ତି ?
23ସେ କହିଲେ, ଯିଶାଇୟ ଭାବବାଦୀ ଯେପରି କହିଥିଲେ, ମୁଁ ସେହି ପ୍ରକାର ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ସଳଖ କର ।
24ପୁଣି, ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ପ୍ରେରିତ ହୋଇଥିଲେ ।
25ସେମାନେ ତାହାଙ୍କୁ ପଚାରିଲେ, ଆପଣ ଯଦି ଖ୍ରୀଷ୍ଟ ବା ଏଲୀୟ ବା ସେହି ଭାବବାଦୀ ନୁହଁନ୍ତି, ତାହାହେଲେ କାହିଁକି ବାପ୍ତିସ୍ମ ଦେଉଅଛନ୍ତି?
26ଯୋହନ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଜଳରେ ବାପ୍ତିସ୍ମ ଦେଉଅଛି; ଯାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ, ସେ ତୁମ୍ଭମାନଙ୍କ ମଧ୍ୟରେ ବିଦ୍ୟମାନ;
27ସେ ମୋ' ଉତ୍ତାରେ ଆସୁଅଛନ୍ତି, ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ ।
28ଯର୍ଦନର ପରପାରସ୍ଥ ଯେଉଁ ବେଥନୀଆରେ ଯୋହନ ବାପ୍ତିସ୍ମ ଦେଉଥିଲେ, ସେହି ସ୍ଥାନରେ ଏହି ସବୁ ଘଟିଲା ।
29ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ୱରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି ।
30ମୋ' ଉତ୍ତାରେ ଯେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି ।
31ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, କିନ୍ତୁ ସେ ଯେପରି ଇସ୍ରାଏଲ ନିକଟରେ ପ୍ରକାଶିତ ହୁଅନ୍ତି, ଏଥିସକାଶେ ମୁଁ ଜଳରେ ବାପ୍ତିସ୍ମ ଦେବାକୁ ଆସିଅଛି ।
32ଆଉ, ଯୋହନ ସାକ୍ଷ୍ୟ ଦେଇ କହିଲେ, ମୁଁ ଆତ୍ମାଙ୍କୁ କପୋତ ପରି ଆକାଶରୁ ଅବତରଣ କରିବା ଦେଖିଅଛି, ଆଉ ସେ ତାହାଙ୍କ ଉପରେ ଅବସ୍ଥାନ କଲେ ।
33ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, ମାତ୍ର ଯେ ମୋତେ ଜଳରେ ବାପ୍ତିସ୍ମ ଦେବାକୁ ପଠାଇଲେ, ସେ ମୋତେ କହିଲେ, ଯାହାଙ୍କ ଉପରେ ଆତ୍ମାଙ୍କୁ ଅବତରଣ ଓ ଅବସ୍ଥାନ କରିବା ଦେଖିବ, ଯେ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦିଅନ୍ତି, ସେ ସେହି ବ୍ୟକ୍ତି ।
34ଆଉ, ମୁଁ ତାହା ଦେଖିଅଛି ଓ ସେ ଈଶ୍ୱରଙ୍କ ପୁତ୍ର ବୋଲି ସାକ୍ଷ୍ୟ ଦେଇଅଛି ।
35ତହିଁ ଆରଦିନ ପୁନର୍ବାର ଯୋହନ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣ ଠିଆ ହୋଇଥିଲେ;
36ଆଉ, ସେ ଯୀଶୁଙ୍କୁ ସେହି ବାଟ ଦେଇ ଯାଉଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହି ଦେଖ, ଈଶ୍ୱରଙ୍କ ମେଷଶାବକ ।
37ସେହି ଦୁଇ ଜଣ ଶିଷ୍ୟ ତାହାଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଗଲେ ।
38ଯୀଶୁ ବୁଲିପଡ଼ି ସେମାନଙ୍କୁ ପଛେ ପଛେ ଆସୁଥିବା ଦେଖି ପଚାରିଲେ, ତୁମ୍ଭେମାନେ କ'ଣ ଖୋଜୁଅଛ ? ସେମାନେ ତାହାଙ୍କୁ ପଚାରିଲେ, ରାବ୍ବୀ (ଅନୁବାଦ କଲେ ଏହାର ଅର୍ଥ ଗୁରୁ), ଆପଣ କେଉଁଠାରେ ରୁହନ୍ତି ?
39ସେ ସେମାନଙ୍କୁ କହିଲେ, ଆସ, ଦେଖିବ । ସେଥିରେ ସେମାନେ ଯାଇ ତାହାଙ୍କ ବସା ଦେଖିଲେ, ପୁଣି, ସେହି ଦିନ ତାହାଙ୍କ ସାଙ୍ଗରେ ରହିଲେ; ସେତେବେଳେ ସକାଳ ପ୍ରାୟ ଦଶ ଘଣ୍ଟା ହୋଇଥିଲା ।
40ଯେଉଁ ଦୁଇ ଜଣ ଯୋହନଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଶିମୋନ ପିତରଙ୍କ ଭାଇ ଆନ୍ଦ୍ରୀୟ ଥିଲେ ।
41ସେ ପ୍ରଥମେ ଆପଣା ଭାଇ ଶିମୋନଙ୍କ ଦେଖା ପାଇ ତାହାଙ୍କୁ କହିଲେ, ଆମ୍ଭେମାନେ ମସୀହଙ୍କର (ଅନୁବାଦ କଲେ ଏହି ନାମର ଅର୍ଥ ଖ୍ରୀଷ୍ଟ) ଦେଖା ପାଇଅଛୁ ।

Read ଯୋହନ 1ଯୋହନ 1
Compare ଯୋହନ 1:2-41ଯୋହନ 1:2-41