Text copied!
Bibles in Odia

ଯୋହନ 1:7-17 in Odia

Help us?

ଯୋହନ 1:7-17 in ଓଡିଆ ବାଇବେଲ

7 ସେ ଯେପରି ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦିଅନ୍ତି, ପୁଣି, ତାହାଙ୍କ ଦ୍ୱାରା ସମସ୍ତେ ବିଶ୍ୱାସ କରନ୍ତି, ଏଥିପାଇଁ ସେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ ।
8 ସେ ନିଜେ ସେହି ଜ୍ୟୋତିଃ ନ ଥିଲେ, କିନ୍ତୁ ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ ।
9 ଯେଉଁ ସତ୍ୟ ଜ୍ୟୋତିଃ ପ୍ରତ୍ୟେକ ମନୁଷ୍ୟକୁ ଆଲୋକ ପ୍ରଦାନ କରନ୍ତି, ସେ ଜଗତକୁ ଆସୁଥିଲେ ।
10 ସେ ଜଗତରେ ଥିଲେ ଓ ଜଗତ ତାହାଙ୍କ ଦ୍ୱାରା ସୃଷ୍ଟ ହେଲା, ତଥାପି ଜଗତ ତାହାଙ୍କୁ ଚିହ୍ନିଲା ନାହିଁ ।
11 ସେ ଆପଣା ରାଜ୍ୟକୁଆସିଲେ, ତଥାପି ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ ।
12 ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍‍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଈଶ୍ୱରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ;
13 ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ୱରଙ୍କଠାରୁ ଜାତ ହେଲେ ।
14 ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ ।
15 ଯୋହନ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ ଉଚ୍ଚସ୍ୱରରେ କହିଲେ, ଯେ ମୋ' ଉତ୍ତାରେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି ।
16 ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହ ପ୍ରାପ୍ତ ହୋଇଅଛୁ ।
17 କାରଣ ମୋଶାଙ୍କ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା ।
ଯୋହନ 1 in ଓଡିଆ ବାଇବେଲ