Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 20

ଯୋହନ 20:1-19

Help us?
Click on verse(s) to share them!
1ସପ୍ତାହର ପ୍ରଥମ ଦିନ ପ୍ରତ୍ୟୁଷରେ ଅନ୍ଧକାର ଥାଉ ଥାଉ ମଗ୍‍ଦଲୀନୀ ମରିୟମ ସମାଧି ନିକଟକୁ ଆସି ସେଥିରୁ ପଥର ଘୁଞ୍ଚାଯାଇଥିବା ଦେଖିଲେ ।
2ତେଣୁ ସେ ଦୌଡ଼ିଯାଇ ଶିମୋନ ପିତର ଓ ଯୀଶୁ ଯାହାଙ୍କୁ ସ୍ନେହ କରୁଥିଲେ, ସେହି ଅନ୍ୟ ଶିଷ୍ୟଙ୍କ ନିକଟକୁ ଆସିଲେ, ଆଉ ସେମାନଙ୍କୁ କହିଲେ, କେଉଁମାନେ ସମାଧିରୁ ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ପୁଣି, ତାହାଙ୍କୁ କେଉଁଠାରେ ରଖିଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହୁଁ ।
3ସେଥିରେ ପିତର ଓ ସେହି ଅନ୍ୟ ଶିଷ୍ୟ ସମାଧି ନିକଟକୁ ଯିବା ପାଇଁ ବାହାରିଲେ ।
4ସେମାନେ ଦୁହେଁ ଏକସାଙ୍ଗରେ ଦୌଡ଼ିବାକୁ ଲାଗିଲେ, ଆଉ ସେହି ଅନ୍ୟ ଶିଷ୍ୟ ପିତରଙ୍କୁ ପଛରେ ପକାଇ ଆଗେ ସମାଧି ନିକଟରେ ପହଞ୍ଚିଲେ,
5ପୁଣି, ନଇଁପଡ଼ି ଭିତରକୁ ଚାହିଁ ସରୁ ଲୁଗାସବୁ ପଡ଼ିଥିବା ଦେଖିଲେ, ତଥାପି ସେ ଭିତରେ ପଶିଲେ ନାହିଁ ।
6ପରେ ଶିମୋନ ପିତର ମଧ୍ୟ ତାଙ୍କ ପଛେ ପଛେ ଆସି ପହଞ୍ଚିଲେ ଓ ସମାଧି ଭିତରେ ପ୍ରବେଶ କରି ଦେଖିଲେ ଯେ, ସରୁ ଲୁଗାଗୁଡ଼ିକ ପଡ଼ିଅଛି,
7ପୁଣି, ତାହାଙ୍କ ମୁଣ୍ଡରେ ଯେଉଁ ଗାମୁଛା ବନ୍ଧା ହୋଇଥିଲା, ତାହା ସରୁ ଲୁଗା ସହିତ ନ ଥାଇ ଅଲଗା ଗୋଟିଏ ସ୍ଥାନରେ ଗୁଡ଼ା ହୋଇ ରହିଅଛି ।
8ସେତେବେଳେ ଯେଉଁ ଅନ୍ୟ ଶିଷ୍ୟ ଆଗେ ସମାଧି ନିକଟକୁ ଆସିଥିଲେ, ସେ ମଧ୍ୟ ଭିତରେ ପ୍ରବେଶ କରି ଦେଖିଲେ ଓ ବିଶ୍ୱାସ କଲେ;
9କାରଣ ମୃତମାନଙ୍କ ମଧ୍ୟରୁ ତାହାଙ୍କୁ ଯେ ଉତ୍ଥାନ କରିବାକୁ ହେବ, ଧର୍ମଶାସ୍ତ୍ରର ଏହି ବାକ୍ୟ ସେମାନେ ସେପର୍ଯ୍ୟନ୍ତ ବୁଝି ନ ଥିଲେ ।
10ପରେ ଶିଷ୍ୟମାନେ ପୁନର୍ବାର ସେମାନଙ୍କ ଗୃହକୁ ଚାଲିଗଲେ ।
11କିନ୍ତୁ ମରିୟମ ରୋଦନ କରୁ କରୁ ବାହାରେ ସମାଧି ନିକଟରେ ଠିଆ ହୋଇ ରହିଲେ; ପୁଣି, ରୋଦନ କରୁ କରୁ ସେ ନଇଁପଡ଼ି ସମାଧି ଭିତରକୁ ଚାହିଁ,
12ଯୀଶୁଙ୍କ ଶରୀର ଯେଉଁ ସ୍ଥାନରେ ରଖାଯାଇଥିଲା, ସେଥିର ମୁଣ୍ଡ ପାଖରେ ଜଣେ ଓ ପାଦ ପାଖରେ ଆଉ ଜଣେ, ଏହିପରି ଦୁଇ ଜଣ ଶୁକ୍ଳ ବସ୍ତ୍ର ପରିହିତ ଦୂତଙ୍କୁ ବସିଥିବା ଦେଖିଲେ ।
13ସେମାନେ ତାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ ? ସେ ସେମାନଙ୍କୁ କହିଲେ, କେଉଁମାନେ ମୋହର ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ଆଉ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ତାହା ମୁଁ ଜାଣେ ନାହିଁ ।
14ସେ ଏହା କହି ପଛକୁ ବୁଲିପଡ଼ି ଯୀଶୁଙ୍କୁ ଠିଆ ହୋଇଥିବା ଦେଖିଲେ, କିନ୍ତୁ ସେ ଯେ ଯୀଶୁ, ତାହା ଜାଣିଲେ ନାହିଁ ।
15ଯୀଶୁ ତାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ ? କାହାର ଅନ୍ୱେଷଣ କରୁଅଛ ? ସେ ତାହାଙ୍କୁ ଉଦ୍ୟାନର ମାଳୀ ବୋଲି ମନେ କରି କହିଲେ, ମହାଶୟ, ଆପଣ ଯଦି ତାହାଙ୍କୁ ଘେନିଯାଇଅଛନ୍ତି, ତାହାହେଲେ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ମୋତେ କୁହନ୍ତୁ, ଆଉ ମୁଁ ତାହାଙ୍କୁ ଘେନିଯିବି ।
16ଯୀଶୁ ତାଙ୍କୁ କହିଲେ, ମରିୟମ । ସେ ବୁଲିପଡ଼ି ଏବ୍ରୀ ଭାଷାରେ ତାହାଙ୍କୁ କହିଲେ, ରାବ୍ବୂନୀ, ଅର୍ଥାତ୍‍, ହେ ଗୁରୁ ।
17ଯୀଶୁ ତାଙ୍କୁ କହିଲେ, ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ୱର ଓ ତୁମ୍ଭମାନଙ୍କର ଈଶ୍ୱରଙ୍କ ନିକଟକୁ ଆରୋହଣ କରୁଅଛି ।
18ମଗ୍‍ଦଲୀନୀ ମରିୟମ ଯାଇ, ମୁଁ ପ୍ରଭୁଙ୍କୁ ଦେଖିଅଛି, ଆଉ ସେ ମୋତେ ଏହି ସବୁ କହିଅଛନ୍ତି ବୋଲି ଶିଷ୍ୟମାନଙ୍କୁ ସମ୍ବାଦ ଦେଲେ ।
19ସେହି ଦିନ, ଅର୍ଥାତ୍‍, ସପ୍ତାହର ପ୍ରଥମ ଦିନ ସନ୍ଧ୍ୟା ସମୟରେ ଯେତେବେଳେ ଶିଷ୍ୟମାନେ ଯେଉଁ ଗୃହରେ ଥିଲେ, ସେଥିର ଦ୍ୱାରଗୁଡ଼ିକ ଯିହୂଦୀମାନଙ୍କ ଭୟରେ ରୁଦ୍ଧ ଥିଲା, ସେତେବେଳେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ ।

Read ଯୋହନ 20ଯୋହନ 20
Compare ଯୋହନ 20:1-19ଯୋହନ 20:1-19