Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 20

ଯୋହନ 20:12-21

Help us?
Click on verse(s) to share them!
12ଯୀଶୁଙ୍କ ଶରୀର ଯେଉଁ ସ୍ଥାନରେ ରଖାଯାଇଥିଲା, ସେଥିର ମୁଣ୍ଡ ପାଖରେ ଜଣେ ଓ ପାଦ ପାଖରେ ଆଉ ଜଣେ, ଏହିପରି ଦୁଇ ଜଣ ଶୁକ୍ଳ ବସ୍ତ୍ର ପରିହିତ ଦୂତଙ୍କୁ ବସିଥିବା ଦେଖିଲେ ।
13ସେମାନେ ତାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ ? ସେ ସେମାନଙ୍କୁ କହିଲେ, କେଉଁମାନେ ମୋହର ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ଆଉ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ତାହା ମୁଁ ଜାଣେ ନାହିଁ ।
14ସେ ଏହା କହି ପଛକୁ ବୁଲିପଡ଼ି ଯୀଶୁଙ୍କୁ ଠିଆ ହୋଇଥିବା ଦେଖିଲେ, କିନ୍ତୁ ସେ ଯେ ଯୀଶୁ, ତାହା ଜାଣିଲେ ନାହିଁ ।
15ଯୀଶୁ ତାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ ? କାହାର ଅନ୍ୱେଷଣ କରୁଅଛ ? ସେ ତାହାଙ୍କୁ ଉଦ୍ୟାନର ମାଳୀ ବୋଲି ମନେ କରି କହିଲେ, ମହାଶୟ, ଆପଣ ଯଦି ତାହାଙ୍କୁ ଘେନିଯାଇଅଛନ୍ତି, ତାହାହେଲେ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ମୋତେ କୁହନ୍ତୁ, ଆଉ ମୁଁ ତାହାଙ୍କୁ ଘେନିଯିବି ।
16ଯୀଶୁ ତାଙ୍କୁ କହିଲେ, ମରିୟମ । ସେ ବୁଲିପଡ଼ି ଏବ୍ରୀ ଭାଷାରେ ତାହାଙ୍କୁ କହିଲେ, ରାବ୍ବୂନୀ, ଅର୍ଥାତ୍‍, ହେ ଗୁରୁ ।
17ଯୀଶୁ ତାଙ୍କୁ କହିଲେ, ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ୱର ଓ ତୁମ୍ଭମାନଙ୍କର ଈଶ୍ୱରଙ୍କ ନିକଟକୁ ଆରୋହଣ କରୁଅଛି ।
18ମଗ୍‍ଦଲୀନୀ ମରିୟମ ଯାଇ, ମୁଁ ପ୍ରଭୁଙ୍କୁ ଦେଖିଅଛି, ଆଉ ସେ ମୋତେ ଏହି ସବୁ କହିଅଛନ୍ତି ବୋଲି ଶିଷ୍ୟମାନଙ୍କୁ ସମ୍ବାଦ ଦେଲେ ।
19ସେହି ଦିନ, ଅର୍ଥାତ୍‍, ସପ୍ତାହର ପ୍ରଥମ ଦିନ ସନ୍ଧ୍ୟା ସମୟରେ ଯେତେବେଳେ ଶିଷ୍ୟମାନେ ଯେଉଁ ଗୃହରେ ଥିଲେ, ସେଥିର ଦ୍ୱାରଗୁଡ଼ିକ ଯିହୂଦୀମାନଙ୍କ ଭୟରେ ରୁଦ୍ଧ ଥିଲା, ସେତେବେଳେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ ।
20ପୁଣି, ଏହା କହି ସେ ସେମାନଙ୍କୁ ଆପଣା ହସ୍ତ ଓ କକ୍ଷଦେଶ ଦେଖାଇଲେ । ସେଥିରେ ଶିଷ୍ୟମାନେ ପ୍ରଭୁଙ୍କୁ ଦେଖି ଆନନ୍ଦିତ ହେଲେ ।
21ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ; ପିତା ଯେପ୍ରକାରେ ମୋତେ ପ୍ରେରଣ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାରେ ତୁମ୍ଭମାନଙ୍କୁ ପ୍ରେରଣ କରୁଅଛି ।

Read ଯୋହନ 20ଯୋହନ 20
Compare ଯୋହନ 20:12-21ଯୋହନ 20:12-21