Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 20

ଯୋହନ 20:15-25

Help us?
Click on verse(s) to share them!
15ଯୀଶୁ ତାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ ? କାହାର ଅନ୍ୱେଷଣ କରୁଅଛ ? ସେ ତାହାଙ୍କୁ ଉଦ୍ୟାନର ମାଳୀ ବୋଲି ମନେ କରି କହିଲେ, ମହାଶୟ, ଆପଣ ଯଦି ତାହାଙ୍କୁ ଘେନିଯାଇଅଛନ୍ତି, ତାହାହେଲେ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ମୋତେ କୁହନ୍ତୁ, ଆଉ ମୁଁ ତାହାଙ୍କୁ ଘେନିଯିବି ।
16ଯୀଶୁ ତାଙ୍କୁ କହିଲେ, ମରିୟମ । ସେ ବୁଲିପଡ଼ି ଏବ୍ରୀ ଭାଷାରେ ତାହାଙ୍କୁ କହିଲେ, ରାବ୍ବୂନୀ, ଅର୍ଥାତ୍‍, ହେ ଗୁରୁ ।
17ଯୀଶୁ ତାଙ୍କୁ କହିଲେ, ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ୱର ଓ ତୁମ୍ଭମାନଙ୍କର ଈଶ୍ୱରଙ୍କ ନିକଟକୁ ଆରୋହଣ କରୁଅଛି ।
18ମଗ୍‍ଦଲୀନୀ ମରିୟମ ଯାଇ, ମୁଁ ପ୍ରଭୁଙ୍କୁ ଦେଖିଅଛି, ଆଉ ସେ ମୋତେ ଏହି ସବୁ କହିଅଛନ୍ତି ବୋଲି ଶିଷ୍ୟମାନଙ୍କୁ ସମ୍ବାଦ ଦେଲେ ।
19ସେହି ଦିନ, ଅର୍ଥାତ୍‍, ସପ୍ତାହର ପ୍ରଥମ ଦିନ ସନ୍ଧ୍ୟା ସମୟରେ ଯେତେବେଳେ ଶିଷ୍ୟମାନେ ଯେଉଁ ଗୃହରେ ଥିଲେ, ସେଥିର ଦ୍ୱାରଗୁଡ଼ିକ ଯିହୂଦୀମାନଙ୍କ ଭୟରେ ରୁଦ୍ଧ ଥିଲା, ସେତେବେଳେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ ।
20ପୁଣି, ଏହା କହି ସେ ସେମାନଙ୍କୁ ଆପଣା ହସ୍ତ ଓ କକ୍ଷଦେଶ ଦେଖାଇଲେ । ସେଥିରେ ଶିଷ୍ୟମାନେ ପ୍ରଭୁଙ୍କୁ ଦେଖି ଆନନ୍ଦିତ ହେଲେ ।
21ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ; ପିତା ଯେପ୍ରକାରେ ମୋତେ ପ୍ରେରଣ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାରେ ତୁମ୍ଭମାନଙ୍କୁ ପ୍ରେରଣ କରୁଅଛି ।
22ସେ ଏହା କହି ସେମାନଙ୍କ ଉପରେ ପ୍ରଶ୍ୱାସ ଛାଡ଼ି ସେମାନଙ୍କୁ କହିଲେ, ପବିତ୍ର ଆତ୍ମାଙ୍କୁ ଗ୍ରହଣ କର ।
23ତୁମ୍ଭେମାନେ ଯଦି କାହାରି ପାପ କ୍ଷମା କରିବ, ତାହାର ପାପ କ୍ଷମା ହେବ; ପୁଣି, ଯଦି କାହାରି ପାପ କ୍ଷମା ନ କରିବ, ତାହାର ପାପ କ୍ଷମା ହେବ ନାହିଁ ।
24କିନ୍ତୁ ଯୀଶୁ ଯେତେବେଳେ ଆସିଥିଲେ, ସେତେବେଳେ ଦ୍ୱାଦଶଙ୍କ ମଧ୍ୟରୁ ଥୋମା ନାମକ ଜଣେ, ଯାହାଙ୍କୁ ଦିଦୁମ କହନ୍ତି, ସେ ସେମାନଙ୍କ ସାଙ୍ଗରେ ନ ଥିଲେ ।
25ଅତଏବ, ଅନ୍ୟ ଶିଷ୍ୟମାନେ ତାଙ୍କୁ କହିଲେ, ଆମ୍ଭେମାନେ ପ୍ରଭୁଙ୍କୁ ଦେଖିଅଛୁ । କିନ୍ତୁ ସେ ସେମାନଙ୍କୁ କହିଲେ, ତାହାଙ୍କ ହାତରେ କଣ୍ଟାର ଚିହ୍ନସବୁ ନ ଦେଖିଲେ ଓ ସେହି ସବୁ ସ୍ଥାନରେ ମୋହର ଆଙ୍ଗୁଳି ନ ଦେଲେ ଏବଂ ତାହାଙ୍କ କକ୍ଷଦେଶରେ ମୋହର ହାତ ନ ଦେଲେ ମୁଁ କଦାପି ବିଶ୍ୱାସ କରିବି ନାହିଁ ।

Read ଯୋହନ 20ଯୋହନ 20
Compare ଯୋହନ 20:15-25ଯୋହନ 20:15-25