25ଅତଏବ, ଅନ୍ୟ ଶିଷ୍ୟମାନେ ତାଙ୍କୁ କହିଲେ, ଆମ୍ଭେମାନେ ପ୍ରଭୁଙ୍କୁ ଦେଖିଅଛୁ । କିନ୍ତୁ ସେ ସେମାନଙ୍କୁ କହିଲେ, ତାହାଙ୍କ ହାତରେ କଣ୍ଟାର ଚିହ୍ନସବୁ ନ ଦେଖିଲେ ଓ ସେହି ସବୁ ସ୍ଥାନରେ ମୋହର ଆଙ୍ଗୁଳି ନ ଦେଲେ ଏବଂ ତାହାଙ୍କ କକ୍ଷଦେଶରେ ମୋହର ହାତ ନ ଦେଲେ ମୁଁ କଦାପି ବିଶ୍ୱାସ କରିବି ନାହିଁ ।
26ଆଠ ଦିନ ପରେ ତାହାଙ୍କ ଶିଷ୍ୟମାନେ ପୁନର୍ବାର ଭିତରେ ଥିଲେ ଓ ଥୋମା ସେମାନଙ୍କ ସାଙ୍ଗରେ ଥିଲେ । ଦ୍ୱାରସବୁ ରୁଦ୍ଧ ଥିବା ସମୟରେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ ।
27ପରେ ସେ ଥୋମାଙ୍କୁ କହିଲେ, ଏଆଡ଼େ ତୁମ୍ଭର ଆଙ୍ଗୁଳି ବଢ଼ାଇ ମୋହର ହାତ ଦେଖ ଓ ହାତ ବଢ଼ାଇ ମୋହର କକ୍ଷଦେଶରେ ଦିଅ; ଅବିଶ୍ୱାସୀ ନ ହୋଇ ବିଶ୍ୱାସୀ ହୁଅ ।
28ଥୋମା ତାହାଙ୍କୁ ଉତ୍ତର ଦେଲେ, ମୋହର ପ୍ରଭୁ, ମୋହର ଈଶ୍ୱର ।
29ଯୀଶୁ ତାଙ୍କୁ କହିଲେ, ତୁମ୍ଭେ ମୋତେ ଦେଖିବାରୁ ବିଶ୍ୱାସ କରିଅଛ ? ଯେଉଁମାନେ ନ ଦେଖି ବିଶ୍ୱାସ କରିଅଛନ୍ତି, ସେମାନେ ଧନ୍ୟ ।
30ଯୀଶୁ ଶିଷ୍ୟମାନଙ୍କ ସାକ୍ଷାତରେ ଏହିପରି ଅନେକ ଓ ବିଭିନ୍ନ ପ୍ରକାର ଆଶ୍ଚର୍ଯ୍ୟକର୍ମ ସାଧନ କଲେ, ସେହି ସବୁ ଏହି ପୁସ୍ତକରେ ଲେଖା ହୋଇ ନାହିଁ;
31କିନ୍ତୁ ତୁମ୍ଭେମାନେ ଯେପରି ବିଶ୍ୱାସ କର ଯେ, ଯୀଶୁ ଈଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ ଅଟନ୍ତି, ପୁଣି, ବିଶ୍ୱାସ କରି ଯେପରି ତୁମ୍ଭେମାନେ ତାହାଙ୍କ ନାମରେ ଜୀବନ ପ୍ରାପ୍ତ ହୁଅ, ଏଥି ନିମନ୍ତେ ଏସମସ୍ତ ଲେଖାଯାଇଅଛି ।