Text copied!
Bibles in Odia

ଯୋହନ 20:4-9 in Odia

Help us?

ଯୋହନ 20:4-9 in ଓଡିଆ ବାଇବେଲ

4 ସେମାନେ ଦୁହେଁ ଏକସାଙ୍ଗରେ ଦୌଡ଼ିବାକୁ ଲାଗିଲେ, ଆଉ ସେହି ଅନ୍ୟ ଶିଷ୍ୟ ପିତରଙ୍କୁ ପଛରେ ପକାଇ ଆଗେ ସମାଧି ନିକଟରେ ପହଞ୍ଚିଲେ,
5 ପୁଣି, ନଇଁପଡ଼ି ଭିତରକୁ ଚାହିଁ ସରୁ ଲୁଗାସବୁ ପଡ଼ିଥିବା ଦେଖିଲେ, ତଥାପି ସେ ଭିତରେ ପଶିଲେ ନାହିଁ ।
6 ପରେ ଶିମୋନ ପିତର ମଧ୍ୟ ତାଙ୍କ ପଛେ ପଛେ ଆସି ପହଞ୍ଚିଲେ ଓ ସମାଧି ଭିତରେ ପ୍ରବେଶ କରି ଦେଖିଲେ ଯେ, ସରୁ ଲୁଗାଗୁଡ଼ିକ ପଡ଼ିଅଛି,
7 ପୁଣି, ତାହାଙ୍କ ମୁଣ୍ଡରେ ଯେଉଁ ଗାମୁଛା ବନ୍ଧା ହୋଇଥିଲା, ତାହା ସରୁ ଲୁଗା ସହିତ ନ ଥାଇ ଅଲଗା ଗୋଟିଏ ସ୍ଥାନରେ ଗୁଡ଼ା ହୋଇ ରହିଅଛି ।
8 ସେତେବେଳେ ଯେଉଁ ଅନ୍ୟ ଶିଷ୍ୟ ଆଗେ ସମାଧି ନିକଟକୁ ଆସିଥିଲେ, ସେ ମଧ୍ୟ ଭିତରେ ପ୍ରବେଶ କରି ଦେଖିଲେ ଓ ବିଶ୍ୱାସ କଲେ;
9 କାରଣ ମୃତମାନଙ୍କ ମଧ୍ୟରୁ ତାହାଙ୍କୁ ଯେ ଉତ୍ଥାନ କରିବାକୁ ହେବ, ଧର୍ମଶାସ୍ତ୍ରର ଏହି ବାକ୍ୟ ସେମାନେ ସେପର୍ଯ୍ୟନ୍ତ ବୁଝି ନ ଥିଲେ ।
ଯୋହନ 20 in ଓଡିଆ ବାଇବେଲ