7ପୁଣି, ତାହାଙ୍କ ମୁଣ୍ଡରେ ଯେଉଁ ଗାମୁଛା ବନ୍ଧା ହୋଇଥିଲା, ତାହା ସରୁ ଲୁଗା ସହିତ ନ ଥାଇ ଅଲଗା ଗୋଟିଏ ସ୍ଥାନରେ ଗୁଡ଼ା ହୋଇ ରହିଅଛି ।
8ସେତେବେଳେ ଯେଉଁ ଅନ୍ୟ ଶିଷ୍ୟ ଆଗେ ସମାଧି ନିକଟକୁ ଆସିଥିଲେ, ସେ ମଧ୍ୟ ଭିତରେ ପ୍ରବେଶ କରି ଦେଖିଲେ ଓ ବିଶ୍ୱାସ କଲେ;
9କାରଣ ମୃତମାନଙ୍କ ମଧ୍ୟରୁ ତାହାଙ୍କୁ ଯେ ଉତ୍ଥାନ କରିବାକୁ ହେବ, ଧର୍ମଶାସ୍ତ୍ରର ଏହି ବାକ୍ୟ ସେମାନେ ସେପର୍ଯ୍ୟନ୍ତ ବୁଝି ନ ଥିଲେ ।
10ପରେ ଶିଷ୍ୟମାନେ ପୁନର୍ବାର ସେମାନଙ୍କ ଗୃହକୁ ଚାଲିଗଲେ ।
11କିନ୍ତୁ ମରିୟମ ରୋଦନ କରୁ କରୁ ବାହାରେ ସମାଧି ନିକଟରେ ଠିଆ ହୋଇ ରହିଲେ; ପୁଣି, ରୋଦନ କରୁ କରୁ ସେ ନଇଁପଡ଼ି ସମାଧି ଭିତରକୁ ଚାହିଁ,
12ଯୀଶୁଙ୍କ ଶରୀର ଯେଉଁ ସ୍ଥାନରେ ରଖାଯାଇଥିଲା, ସେଥିର ମୁଣ୍ଡ ପାଖରେ ଜଣେ ଓ ପାଦ ପାଖରେ ଆଉ ଜଣେ, ଏହିପରି ଦୁଇ ଜଣ ଶୁକ୍ଳ ବସ୍ତ୍ର ପରିହିତ ଦୂତଙ୍କୁ ବସିଥିବା ଦେଖିଲେ ।
13ସେମାନେ ତାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ ? ସେ ସେମାନଙ୍କୁ କହିଲେ, କେଉଁମାନେ ମୋହର ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ଆଉ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ତାହା ମୁଁ ଜାଣେ ନାହିଁ ।
14ସେ ଏହା କହି ପଛକୁ ବୁଲିପଡ଼ି ଯୀଶୁଙ୍କୁ ଠିଆ ହୋଇଥିବା ଦେଖିଲେ, କିନ୍ତୁ ସେ ଯେ ଯୀଶୁ, ତାହା ଜାଣିଲେ ନାହିଁ ।