Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 20

ଯୋହନ 20:9-18

Help us?
Click on verse(s) to share them!
9କାରଣ ମୃତମାନଙ୍କ ମଧ୍ୟରୁ ତାହାଙ୍କୁ ଯେ ଉତ୍ଥାନ କରିବାକୁ ହେବ, ଧର୍ମଶାସ୍ତ୍ରର ଏହି ବାକ୍ୟ ସେମାନେ ସେପର୍ଯ୍ୟନ୍ତ ବୁଝି ନ ଥିଲେ ।
10ପରେ ଶିଷ୍ୟମାନେ ପୁନର୍ବାର ସେମାନଙ୍କ ଗୃହକୁ ଚାଲିଗଲେ ।
11କିନ୍ତୁ ମରିୟମ ରୋଦନ କରୁ କରୁ ବାହାରେ ସମାଧି ନିକଟରେ ଠିଆ ହୋଇ ରହିଲେ; ପୁଣି, ରୋଦନ କରୁ କରୁ ସେ ନଇଁପଡ଼ି ସମାଧି ଭିତରକୁ ଚାହିଁ,
12ଯୀଶୁଙ୍କ ଶରୀର ଯେଉଁ ସ୍ଥାନରେ ରଖାଯାଇଥିଲା, ସେଥିର ମୁଣ୍ଡ ପାଖରେ ଜଣେ ଓ ପାଦ ପାଖରେ ଆଉ ଜଣେ, ଏହିପରି ଦୁଇ ଜଣ ଶୁକ୍ଳ ବସ୍ତ୍ର ପରିହିତ ଦୂତଙ୍କୁ ବସିଥିବା ଦେଖିଲେ ।
13ସେମାନେ ତାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ ? ସେ ସେମାନଙ୍କୁ କହିଲେ, କେଉଁମାନେ ମୋହର ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ଆଉ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ତାହା ମୁଁ ଜାଣେ ନାହିଁ ।
14ସେ ଏହା କହି ପଛକୁ ବୁଲିପଡ଼ି ଯୀଶୁଙ୍କୁ ଠିଆ ହୋଇଥିବା ଦେଖିଲେ, କିନ୍ତୁ ସେ ଯେ ଯୀଶୁ, ତାହା ଜାଣିଲେ ନାହିଁ ।
15ଯୀଶୁ ତାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ ? କାହାର ଅନ୍ୱେଷଣ କରୁଅଛ ? ସେ ତାହାଙ୍କୁ ଉଦ୍ୟାନର ମାଳୀ ବୋଲି ମନେ କରି କହିଲେ, ମହାଶୟ, ଆପଣ ଯଦି ତାହାଙ୍କୁ ଘେନିଯାଇଅଛନ୍ତି, ତାହାହେଲେ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ମୋତେ କୁହନ୍ତୁ, ଆଉ ମୁଁ ତାହାଙ୍କୁ ଘେନିଯିବି ।
16ଯୀଶୁ ତାଙ୍କୁ କହିଲେ, ମରିୟମ । ସେ ବୁଲିପଡ଼ି ଏବ୍ରୀ ଭାଷାରେ ତାହାଙ୍କୁ କହିଲେ, ରାବ୍ବୂନୀ, ଅର୍ଥାତ୍‍, ହେ ଗୁରୁ ।
17ଯୀଶୁ ତାଙ୍କୁ କହିଲେ, ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ୱର ଓ ତୁମ୍ଭମାନଙ୍କର ଈଶ୍ୱରଙ୍କ ନିକଟକୁ ଆରୋହଣ କରୁଅଛି ।
18ମଗ୍‍ଦଲୀନୀ ମରିୟମ ଯାଇ, ମୁଁ ପ୍ରଭୁଙ୍କୁ ଦେଖିଅଛି, ଆଉ ସେ ମୋତେ ଏହି ସବୁ କହିଅଛନ୍ତି ବୋଲି ଶିଷ୍ୟମାନଙ୍କୁ ସମ୍ବାଦ ଦେଲେ ।

Read ଯୋହନ 20ଯୋହନ 20
Compare ଯୋହନ 20:9-18ଯୋହନ 20:9-18