Text copied!
Bibles in Odia

ଯୋହନ 20:9-18 in Odia

Help us?

ଯୋହନ 20:9-18 in ଓଡିଆ ବାଇବେଲ

9 କାରଣ ମୃତମାନଙ୍କ ମଧ୍ୟରୁ ତାହାଙ୍କୁ ଯେ ଉତ୍ଥାନ କରିବାକୁ ହେବ, ଧର୍ମଶାସ୍ତ୍ରର ଏହି ବାକ୍ୟ ସେମାନେ ସେପର୍ଯ୍ୟନ୍ତ ବୁଝି ନ ଥିଲେ ।
10 ପରେ ଶିଷ୍ୟମାନେ ପୁନର୍ବାର ସେମାନଙ୍କ ଗୃହକୁ ଚାଲିଗଲେ ।
11 କିନ୍ତୁ ମରିୟମ ରୋଦନ କରୁ କରୁ ବାହାରେ ସମାଧି ନିକଟରେ ଠିଆ ହୋଇ ରହିଲେ; ପୁଣି, ରୋଦନ କରୁ କରୁ ସେ ନଇଁପଡ଼ି ସମାଧି ଭିତରକୁ ଚାହିଁ,
12 ଯୀଶୁଙ୍କ ଶରୀର ଯେଉଁ ସ୍ଥାନରେ ରଖାଯାଇଥିଲା, ସେଥିର ମୁଣ୍ଡ ପାଖରେ ଜଣେ ଓ ପାଦ ପାଖରେ ଆଉ ଜଣେ, ଏହିପରି ଦୁଇ ଜଣ ଶୁକ୍ଳ ବସ୍ତ୍ର ପରିହିତ ଦୂତଙ୍କୁ ବସିଥିବା ଦେଖିଲେ ।
13 ସେମାନେ ତାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ ? ସେ ସେମାନଙ୍କୁ କହିଲେ, କେଉଁମାନେ ମୋହର ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ଆଉ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ତାହା ମୁଁ ଜାଣେ ନାହିଁ ।
14 ସେ ଏହା କହି ପଛକୁ ବୁଲିପଡ଼ି ଯୀଶୁଙ୍କୁ ଠିଆ ହୋଇଥିବା ଦେଖିଲେ, କିନ୍ତୁ ସେ ଯେ ଯୀଶୁ, ତାହା ଜାଣିଲେ ନାହିଁ ।
15 ଯୀଶୁ ତାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ ? କାହାର ଅନ୍ୱେଷଣ କରୁଅଛ ? ସେ ତାହାଙ୍କୁ ଉଦ୍ୟାନର ମାଳୀ ବୋଲି ମନେ କରି କହିଲେ, ମହାଶୟ, ଆପଣ ଯଦି ତାହାଙ୍କୁ ଘେନିଯାଇଅଛନ୍ତି, ତାହାହେଲେ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ମୋତେ କୁହନ୍ତୁ, ଆଉ ମୁଁ ତାହାଙ୍କୁ ଘେନିଯିବି ।
16 ଯୀଶୁ ତାଙ୍କୁ କହିଲେ, ମରିୟମ । ସେ ବୁଲିପଡ଼ି ଏବ୍ରୀ ଭାଷାରେ ତାହାଙ୍କୁ କହିଲେ, ରାବ୍ବୂନୀ, ଅର୍ଥାତ୍‍, ହେ ଗୁରୁ ।
17 ଯୀଶୁ ତାଙ୍କୁ କହିଲେ, ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ୱର ଓ ତୁମ୍ଭମାନଙ୍କର ଈଶ୍ୱରଙ୍କ ନିକଟକୁ ଆରୋହଣ କରୁଅଛି ।
18 ମଗ୍‍ଦଲୀନୀ ମରିୟମ ଯାଇ, ମୁଁ ପ୍ରଭୁଙ୍କୁ ଦେଖିଅଛି, ଆଉ ସେ ମୋତେ ଏହି ସବୁ କହିଅଛନ୍ତି ବୋଲି ଶିଷ୍ୟମାନଙ୍କୁ ସମ୍ବାଦ ଦେଲେ ।
ଯୋହନ 20 in ଓଡିଆ ବାଇବେଲ