Text copied!
Bibles in Odia

ଯୋହନ 21:1-5 in Odia

Help us?

ଯୋହନ 21:1-5 in ଓଡିଆ ବାଇବେଲ

1 ଏଥିଉତ୍ତାରେ ଯୀଶୁ ତିବିରୀୟା ସମୁଦ୍ରକୂଳରେ ଶିଷ୍ୟମାନଙ୍କୁ ପୁନର୍ବାର ଦର୍ଶନ ଦେଲେ । ସେ ଏହି ପ୍ରକାରେ ଦର୍ଶନ ଦେଲେ;
2 ଶିମୋନ ପିତର, ଥୋମା, ଯାହାଙ୍କୁ ଦିଦୁମ କହନ୍ତି, ଗାଲିଲୀର କାନ୍ନାନିବାସୀ ନିଥନିୟେଲ, ଜେବଦୀଙ୍କ ପୁତ୍ରମାନେ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଦୁଇ ଜଣ ଏକତ୍ର ଥିଲେ ।
3 ଶିମୋନ ପିତର ସେମାନଙ୍କୁ କହିଲେ, ମୁଁ ମାଛ ଧରିବାକୁ ଯାଉଅଛି । ସେମାନେ ତାଙ୍କୁ କହିଲେ, ଆମ୍ଭେମାନେ ମଧ୍ୟ ତୁମ୍ଭ ସାଙ୍ଗରେ ଯିବୁ । ସେମାନେ ବାହାରିଯାଇ ନୌକାରେ ଚଢ଼ିଲେ, ଆଉ ସେହି ରାତିରେ କିଛି ଧରି ପାରିଲେ ନାହିଁ ।
4 କିନ୍ତୁ ପାହାନ୍ତା ହେଲା ଉତ୍ତାରେ ଯୀଶୁ କୂଳରେ ଠିଆ ହେଲେ; ତଥାପି ସେ ଯୀଶୁ ବୋଲି ଶିଷ୍ୟମାନେ ଜାଣିଲେ ନାହିଁ ।
5 ଯୀଶୁ ସେମାନଙ୍କୁ କହିଲେ, ପିଲାମାନେ ତୁମ୍ଭମାନଙ୍କ ପାଖରେ କ'ଣ କିଛି ଖାଇବାର ଅଛି ? ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାହିଁ ।
ଯୋହନ 21 in ଓଡିଆ ବାଇବେଲ