Text copied!
Bibles in Odia

ଯୋହନ 21:13-21 in Odia

Help us?

ଯୋହନ 21:13-21 in ଓଡିଆ ବାଇବେଲ

13 ଯୀଶୁ ଆସି ରୁଟି ଘେନି ସେମାନଙ୍କୁ ଦେଲେ, ଆଉ ସେହି ପ୍ରକାରେ ମାଛ ମଧ୍ୟ ଦେଲେ ।
14 ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ଯୀଶୁ ଶିଷ୍ୟମାନଙ୍କୁ ଏହି ତୃତୀୟ ଥର ଦର୍ଶନ ଦେଲେ ।
15 ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ସେ ତାଙ୍କୁ କହିଲେ, ମୋହର ମେଷଶାବକମାନଙ୍କୁ ଚରାଅ ।
16 ସେ ପୁନର୍ବାର ଦ୍ୱିତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ପ୍ରେମ କରୁଅଛ ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ସେ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ପ୍ରତିପାଳନ କର ।
17 ସେ ତୃତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ ? ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ, ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୋ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ଯୀଶୁ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ଚରାଅ ।
18 ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଯୁବକ ଥିବା ସମୟରେ ତୁମ୍ଭେ ଆପଣା କଟି ବନ୍ଧନ କରି ଯେଉଁ ଆଡ଼େ ଇଚ୍ଛା, ସେହି ଆଡ଼େ ଭ୍ରମଣ କରୁଥିଲ, କିନ୍ତୁ ବୃଦ୍ଧ ହେଲେ ତୁମ୍ଭେ ଆପଣା ହସ୍ତ ବିସ୍ତାର କରିବ ଓ ଅନ୍ୟ ଜଣେ ତୁମ୍ଭର କଟି ବନ୍ଧନ କରି, ଯେଉଁ ଆଡ଼େ ତୁମ୍ଭର ଇଚ୍ଛା ନ ଥିବ, ସେଆଡ଼େ ତୁମ୍ଭକୁ ଘେନିଯିବ ।
19 ସେ କେଉଁ ପ୍ରକାର ମୃତ୍ୟୁଭୋଗ ଦ୍ୱାରା ଈଶ୍ୱରଙ୍କୁ ଗୌରବାନ୍ୱିତ କରିବେ, ସେଥିର ସୂଚନା ଦେଇ ସେ ଏହା କହିଲେ । ଏହା କହିଲା ଉତ୍ତାରେ ସେ ତାଙ୍କୁ କହିଲେ, ମୋହର ଅନୁଗାମୀ ହୁଅ ।
20 ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ ଓ ଯେ ମଧ୍ୟ ରାତ୍ରିଭୋଜ ସମୟରେ ତାହାଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି, ପ୍ରଭୁ, ଆପଣଙ୍କୁ କିଏ ଶତ୍ରୁ ହସ୍ତରେ ସମର୍ପଣ କରିବ ବୋଲି ପଚାରିଥିଲେ, ସେହି ଶିଷ୍ୟଙ୍କୁ ପିତର ବୁଲିପଡ଼ି ପଛରେ ଆସୁଥିବା ଦେଖିଲେ ।
21 ପିତର ତାଙ୍କୁ ଦେଖି ଯୀଶୁଙ୍କୁ ପଚାରିଲେ, ପ୍ରଭୁ, ଏହାର ବିଷୟରେ କ'ଣ ?
ଯୋହନ 21 in ଓଡିଆ ବାଇବେଲ