Text copied!
Bibles in Odia

ଯୋହନ 21:5-15 in Odia

Help us?

ଯୋହନ 21:5-15 in ଓଡିଆ ବାଇବେଲ

5 ଯୀଶୁ ସେମାନଙ୍କୁ କହିଲେ, ପିଲାମାନେ ତୁମ୍ଭମାନଙ୍କ ପାଖରେ କ'ଣ କିଛି ଖାଇବାର ଅଛି ? ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାହିଁ ।
6 ସେ ସେମାନଙ୍କୁ କହିଲେ, ନୌକାର ଡାହାଣ ପାଖରେ ଜାଲ ପକାଅ, ଆଉ ତୁମ୍ଭେମାନେ ପାଇବ । ସେଥିରେ ସେମାନେ ଜାଲ ପକାଇଲେ, ଆଉ ଏତେ ମାଛ ପଡ଼ିଲା ଯେ, ସେମାନେ ତାହା ଟାଣି ପାରିଲେ ନାହିଁ ।
7 ସେଥିରେ ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ସେ ପିତରଙ୍କୁ କହିଲେ, ଏ ତ ପ୍ରଭୁ। ଶିମୋନ ପିତର ଏ ତ ପ୍ରଭୁ ବୋଲି ଶୁଣି ଫୁଙ୍ଗା ଦେହ ହୋଇଥିବାରୁ ଆପଣା ଅଙ୍ଗରଖା ପିନ୍ଧି ସମୁଦ୍ରକୁ ଡେଇଁପଡ଼ିଲେ;
8 କିନ୍ତୁ ଅନ୍ୟ ଶିଷ୍ୟମାନେ ମାଛରେ ଭର୍ତ୍ତି ହୋଇଥିବା ଜାଲ ଟାଣି ଟାଣି ସାନ ନାଆରେ ଆସିଲେ, କାରଣ ସେମାନେ କୂଳରୁ ଅଧିକ ଦୂରରେ ନ ଥିଲେ, କେବଳ ପ୍ରାୟ ଦୁଇ ଶହ ହାତ ଦୂରରେ ଥିଲେ ।
9 ସେମାନେ କୂଳରେ ଓହ୍ଳାଇ ସେଠାରେ ଅଙ୍ଗାରର ନିଆଁ, ପୁଣି, ତାହା ଉପରେ ଭଜା ମାଛ ଓ ରୁଟି ଥୁଆ ହୋଇଥିବା ଦେଖିଲେ ।
10 ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ଏବେ ଯେଉଁ ମାଛ ଧରିଅଛ, ସେଥିରୁ କିଛି ଆଣ ।
11 ଶିମୋନ ପିତର ଯାଇ ଏକ ଶହ ତେପନ ବଡ଼ ବଡ଼ ମାଛରେ ଭର୍ତ୍ତି ହୋଇଥିବା ଜାଲ କୂଳକୁ ଟାଣି ଆଣିଲେ; ଆଉ ଏତେ ମାଛରେ ସୁଦ୍ଧା ଜାଲ ଛିଣ୍ଡିଲା ନାହିଁ ।
12 ଯୀଶୁ ସେମାନଙ୍କୁ କହିଲେ, ଆସି ଭୋଜନ କର । ଶିଷ୍ୟମାନଙ୍କ ମଧ୍ୟରୁ କେହି ତୁମ୍ଭେ କିଏ ବୋଲି ତାହାଙ୍କୁ ପଚାରିବାକୁ ସାହସ କରୁ ନ ଥିଲେ, କାରଣ ସେ ଯେ ପ୍ରଭୁ, ଏହା ସେମାନେ ଜାଣିଥିଲେ ।
13 ଯୀଶୁ ଆସି ରୁଟି ଘେନି ସେମାନଙ୍କୁ ଦେଲେ, ଆଉ ସେହି ପ୍ରକାରେ ମାଛ ମଧ୍ୟ ଦେଲେ ।
14 ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ଯୀଶୁ ଶିଷ୍ୟମାନଙ୍କୁ ଏହି ତୃତୀୟ ଥର ଦର୍ଶନ ଦେଲେ ।
15 ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ସେ ତାଙ୍କୁ କହିଲେ, ମୋହର ମେଷଶାବକମାନଙ୍କୁ ଚରାଅ ।
ଯୋହନ 21 in ଓଡିଆ ବାଇବେଲ