Text copied!
Bibles in Odia

ଯୋହନ 2:12-18 in Odia

Help us?

ଯୋହନ 2:12-18 in ଓଡିଆ ବାଇବେଲ

12 ଏଥିଉତ୍ତାରେ ସେ ଆପଣା ମାତା, ଭାଇବୃନ୍ଦ ଓ ଶିଷ୍ୟମାନଙ୍କ ସହିତ କଫର୍ନାହୂମକୁ ଗଲେ; ପୁଣି, ସେମାନେ ସେଠାରେ ଅଧିକ ଦିନ ରହିଲେ ନାହିଁ ।
13 ସେତେବେଳେ ଯିହୂଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ହୋଇଥିଲା, ଆଉ ଯୀଶୁ ଯିରୂଶାଲମକୁ ଗଲେ ।
14 ପୁଣି, ସେ ମନ୍ଦିରରେ ଗୋରୁ, ମେଣ୍ଢା ଓ କାପ୍ତା ବ୍ୟବସାୟୀମାନଙ୍କୁ ଆଉ ମୁଦ୍ରା ବ୍ୟବସାୟୀମାନଙ୍କୁ ବସିଥିବା ଦେଖି ଦଉଡ଼ିରେ ଗୋଟିଏ କୋରଡ଼ା ବନାଇ ମେଣ୍ଢା ଓ ଗୋରୁ ସହିତ ସମସ୍ତଙ୍କୁ ମନ୍ଦିରରୁ ବାହାର କରିଦେଲେ;
15 ପୁଣି, ମୁଦ୍ରା ବ୍ୟବସାୟୀମାନଙ୍କର ମୁଦ୍ରାସବୁ ବିଞ୍ଚିଦେଇ ସେମାନଙ୍କ ମେଜଗୁଡ଼ାକ ଓଲଟାଇ ପକାଇଲେ;
16 ଆଉ, ସେ କାପ୍ତା ବ୍ୟବସାୟୀମାନଙ୍କୁ କହିଲେ, ଏଗୁଡ଼ାକ ଏଠାରୁ ଘେନିଯାଅ, ମୋହର ପିତାଙ୍କର ଗୃହକୁ ବାଣିଜ୍ୟର ଗୃହ କର ନାହିଁ ।
17 ତୁମ୍ଭ ଗୃହ ନିମନ୍ତେ ଉଦ୍‍ଯୋଗ ମୋତେ ଗ୍ରାସ କରିବ, ଏହା ଲେଖା ଅଛି ବୋଲି ତାହାଙ୍କ ଶିଷ୍ୟମାନଙ୍କର ମନରେ ପଡ଼ିଲା ।
18 ସେଥିରେ ଯିହୂଦୀମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଯେ ଏ ସମସ୍ତ କରିବାକୁ ଅଧିକାର ପାଇଅଛ, ଆମ୍ଭମାନଙ୍କୁ ସେଥିର କି ଚିହ୍ନ ଦେଖାଉଅଛ ?
ଯୋହନ 2 in ଓଡିଆ ବାଇବେଲ