Text copied!
Bibles in Odia

ଯୋହନ 2:14-24 in Odia

Help us?

ଯୋହନ 2:14-24 in ଓଡିଆ ବାଇବେଲ

14 ପୁଣି, ସେ ମନ୍ଦିରରେ ଗୋରୁ, ମେଣ୍ଢା ଓ କାପ୍ତା ବ୍ୟବସାୟୀମାନଙ୍କୁ ଆଉ ମୁଦ୍ରା ବ୍ୟବସାୟୀମାନଙ୍କୁ ବସିଥିବା ଦେଖି ଦଉଡ଼ିରେ ଗୋଟିଏ କୋରଡ଼ା ବନାଇ ମେଣ୍ଢା ଓ ଗୋରୁ ସହିତ ସମସ୍ତଙ୍କୁ ମନ୍ଦିରରୁ ବାହାର କରିଦେଲେ;
15 ପୁଣି, ମୁଦ୍ରା ବ୍ୟବସାୟୀମାନଙ୍କର ମୁଦ୍ରାସବୁ ବିଞ୍ଚିଦେଇ ସେମାନଙ୍କ ମେଜଗୁଡ଼ାକ ଓଲଟାଇ ପକାଇଲେ;
16 ଆଉ, ସେ କାପ୍ତା ବ୍ୟବସାୟୀମାନଙ୍କୁ କହିଲେ, ଏଗୁଡ଼ାକ ଏଠାରୁ ଘେନିଯାଅ, ମୋହର ପିତାଙ୍କର ଗୃହକୁ ବାଣିଜ୍ୟର ଗୃହ କର ନାହିଁ ।
17 ତୁମ୍ଭ ଗୃହ ନିମନ୍ତେ ଉଦ୍‍ଯୋଗ ମୋତେ ଗ୍ରାସ କରିବ, ଏହା ଲେଖା ଅଛି ବୋଲି ତାହାଙ୍କ ଶିଷ୍ୟମାନଙ୍କର ମନରେ ପଡ଼ିଲା ।
18 ସେଥିରେ ଯିହୂଦୀମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଯେ ଏ ସମସ୍ତ କରିବାକୁ ଅଧିକାର ପାଇଅଛ, ଆମ୍ଭମାନଙ୍କୁ ସେଥିର କି ଚିହ୍ନ ଦେଖାଉଅଛ ?
19 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଏହି ମନ୍ଦିରକୁ ବିନାଶ କର, ଆଉ ତିନି ଦିନ ମଧ୍ୟରେ ମୁଁ ତାହା ତୋଳି ଦେବି ।
20 ସେଥିରେ ଯିହୂଦୀମାନେ କହିଲେ, ଏହି ମନ୍ଦିର ନିର୍ମାଣ କରିବା ନିମନ୍ତେ ଛୟାଳିଶ ବର୍ଷ ଲାଗିଅଛି; ଆଉ ତୁମ୍ଭେ କ'ଣ ତାହାକୁ ତିନି ଦିନରେ ତୋଳି ଦେବ ?
21 କିନ୍ତୁ ସେ ଆପଣା ଶରୀରରୂପ ମନ୍ଦିର ସମ୍ବନ୍ଧରେ କହୁଥିଲେ ।
22 ଏଣୁ ସେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ସେ ଏହା କହିଥିଲେ ବୋଲି ସ୍ମରଣ କଲେ; ପୁଣି, ସେମାନେ ଧର୍ମଶାସ୍ତ୍ର ଓ ଯୀଶୁଙ୍କ କଥିତ ବାକ୍ୟ ବିଶ୍ୱାସ କଲେ ।
23 ନିସ୍ତାର ପର୍ବର ଉତ୍ସବ ସମୟରେ ସେ ଯିରୂଶାଲମରେ ଥିବା ସମୟରେ ଅନେକେ ତାହାଙ୍କ ସାଧିତ ଆଶ୍ଚର୍ଯ୍ୟ କର୍ମଗୁଡ଼ିକ ଦେଖି ତାହାଙ୍କ ନାମରେ ବିଶ୍ୱାସ କଲେ,
24 କିନ୍ତୁ ଯୀଶୁ ସେମାନଙ୍କୁ ବିଶ୍ୱାସ ନ କରି ସେମାନଙ୍କଠାରୁ ଆପଣାକୁ ପୃଥକ୍‍ ରଖିଲେ, କାରଣ ସେ ସମସ୍ତଙ୍କୁ ଜାଣୁଥିଲେ,
ଯୋହନ 2 in ଓଡିଆ ବାଇବେଲ