Text copied!
Bibles in Odia

ଯୋହନ 3:14-27 in Odia

Help us?

ଯୋହନ 3:14-27 in ଓଡିଆ ବାଇବେଲ

14 ପୁଣି, ମୋଶା ଯେପ୍ରକାର ପ୍ରାନ୍ତରରେ ସର୍ପକୁ ଊର୍ଦ୍ଧ୍ୱକୁ ଉଠାଇଥିଲେ, ମନୁଷ୍ୟପୁତ୍ର ଅବଶ୍ୟ ସେହି ପ୍ରକାର ଊର୍ଦ୍ଧ୍ୱକୁ ଉଠାଯିବେ,
15 ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ ।
16 କାରଣ ଈଶ୍ୱର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ ।
17 ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ୱର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ ।
18 ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ବିଚାରିତ ହୁଏ ନାହିଁ; ଯେ ବିଶ୍ୱାସ କରେ ନାହିଁ, ସେ ବିଚାରିତ ହୋଇ ସାରିଲାଣି, କାରଣ ସେ ଈଶ୍ୱରଙ୍କ ଅଦ୍ୱିତୀୟ ପୁତ୍ରଙ୍କ ନାମରେ ବିଶ୍ୱାସ କରି ନାହିଁ ।
19 ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ ।
20 କାରଣ ଯେ କେହି କୁକର୍ମ କରେ, ଯେ ଜ୍ୟୋତିଃକୁ ଘୃଣା କରେ, ପୁଣି, କାଳେ ତାହାର କର୍ମର ଦୋଷ ପ୍ରକାଶିତ ହୁଏ, ଏଥିପାଇଁ ସେ ଜ୍ୟୋତିଃ ନିକଟକୁ ଆସେ ନାହିଁ ।
21 କିନ୍ତୁ ଯେ କେହି ସତ୍ୟ ଆଚରଣ କରେ, ସେ ଜ୍ୟୋତିଃ ନିକଟକୁ ଆସେ, ଯେପରି ତାହାର କର୍ମସବୁ ଈଶ୍ୱରଙ୍କଠାରେ ସାଧିତ ବୋଲି ପ୍ରକାଶିତ ହୁଏ ।
22 ଏଥିଉତ୍ତାରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯିହୂଦା ପ୍ରଦେଶକୁ ଗଲେ, ଆଉ ସେ ସେ ସ୍ଥାନରେ ସେମାନଙ୍କ ସହିତ ରହି ବାପ୍ତିସ୍ମ ଦେବାକୁ ଲାଗିଲେ ।
23 ଯୋହନ ମଧ୍ୟ ଶାଲମ ନିକଟସ୍ଥ ଏନୋନରେ ବାପ୍ତିସ୍ମ ଦେଉଥିଲେ, କାରଣ ସେ ସ୍ଥାନରେ ବହୁତ ଜଳ ଥିଲା, ଆଉ ଲୋକେ ଆସି ବାପ୍ତିସ୍ମ ଗ୍ରହଣ କରୁଥିଲେ ।
24 ଯେଣୁ ଯୋହନ ସେପର୍ଯ୍ୟନ୍ତ କାରାଗାରରେ ନିକ୍ଷିପ୍ତ ହୋଇ ନ ଥିଲେ ।
25 ସେଥିମଧ୍ୟରେ ଶୌଚକ୍ରିୟା ସମ୍ବନ୍ଧରେ ଯୋହନଙ୍କ ଶିଷ୍ୟମାନଙ୍କ ପକ୍ଷରୁ ଜଣେ ଯିହୂଦୀ ସହିତ ବାଦାନୁବାଦ ଘଟିଲା ।
26 ଆଉ, ସେମାନେ ଯୋହନଙ୍କ ନିକଟକୁ ଯାଇ ତାଙ୍କୁ କହିଲେ, ହେ ଗୁରୁ, ଯେ ଯର୍ଦନର ଅପର ପାରିରେ ଆପଣଙ୍କ ସହିତ ଥିଲେ, ଯାହାଙ୍କ ସମ୍ବନ୍ଧରେ ଆପଣ ସାକ୍ଷ୍ୟ ଦେଇଅଛନ୍ତି, ଦେଖନ୍ତୁ, ସେ ବାପ୍ତିସ୍ମ ଦେଉଅଛନ୍ତି ଓ ସମସ୍ତେ ତାହାଙ୍କ ନିକଟକୁ ଯାଉଅଛନ୍ତି ।
27 ଯୋହନ ଉତ୍ତର ଦେଲେ, ସ୍ୱର୍ଗରୁ ପ୍ରଦତ୍ତ ନ ହେଲେ ମନୁଷ୍ୟ କିଛି ପ୍ରାପ୍ତ ହୋଇ ପାରେ ନାହିଁ ।
ଯୋହନ 3 in ଓଡିଆ ବାଇବେଲ