Text copied!
Bibles in Odia

ଯୋହନ 3:4-11 in Odia

Help us?

ଯୋହନ 3:4-11 in ଓଡିଆ ବାଇବେଲ

4 ନୀକଦୀମ ତାହାଙ୍କୁ ପଚାରିଲେ, ବୃଦ୍ଧ ହେଲେ ମନୁଷ୍ୟ କି ପ୍ରକାର ଜନ୍ମ ହୋଇ ପାରେ ? ସେ କ'ଣ ଦ୍ୱିତୀୟ ଥର ଆପଣା ମାତାର ଗର୍ଭରେ ପ୍ରବେଶ କରି ଜନ୍ମ ହୋଇ ପାରେ ?
5 ଯୀଶୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରି ପାରେ ନାହିଁ ।
6 ମାଂସରୁ ଯାହା ଜାତ, ତାହା ମାଂସ; ପୁଣି, ଆତ୍ମାରୁ ଯାହା ଜାତ, ତାହା ଆତ୍ମା ।
7 ତୁମ୍ଭମାନଙ୍କୁ ଅବଶ୍ୟ ପୁନର୍ବାର ଜନ୍ମିବାକୁ ହେବ ବୋଲି ମୁଁ ଯେ ତୁମ୍ଭକୁ କହିଲି, ଏଥିରେ ଚମତ୍କୃତ ହୁଅ ନାହିଁ ।
8 ବାୟୁ ଯେଉଁ ଦିଗରେ ଇଚ୍ଛା କରେ, ସେହି ଦିଗରେ ବହେ, ଆଉ ତୁମ୍ଭେ ତାହାର ଶବ୍ଦ ଶୁଣିଥାଅ, କିନ୍ତୁ ତାହା କେଉଁଠାରୁ ଆସେ ପୁଣି, କେଉଁଠାକୁ ଯାଏ, ତାହା ଜାଣ ନାହିଁ; ଆତ୍ମାଙ୍କଠାରୁ ଜାତ ପ୍ରତ୍ୟେକ ଲୋକ ସମ୍ବନ୍ଧରେ ସେହି ପ୍ରକାର ।
9 ନୀକଦୀମ ତାହାଙ୍କୁ ଉତ୍ତର ଦେଲେ, ଏହି ସବୁ କିପରି ହୋଇ ପାରେ ?
10 ଯୀଶୁ ତାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଇସ୍ରାଏଲର ଜଣେ ଗୁରୁ ହୋଇ ସୁଦ୍ଧା କ'ଣ ଏହି ସବୁ ବୁଝୁ ନାହଁ ?
11 ମୁଁ ତୁମ୍ଭକୁ ସତ୍ୟ ସତ୍ୟ କହୁଅଛି, ଆମ୍ଭେମାନେ ଯାହା ଜାଣୁ, ତାହା କହୁ, ପୁଣି, ଯାହା ଦେଖିଅଛୁ, ତାହା ବିଷୟରେ ସାକ୍ଷ୍ୟ ଦେଉ, ଆଉ ତୁମ୍ଭେମାନେ ଆମ୍ଭମାନଙ୍କର ସାକ୍ଷ୍ୟ ଗ୍ରହଣ କରୁ ନାହଁ ।
ଯୋହନ 3 in ଓଡିଆ ବାଇବେଲ