Text copied!
Bibles in Odia

ଯୋହନ 4:1-12 in Odia

Help us?

ଯୋହନ 4:1-12 in ଓଡିଆ ବାଇବେଲ

1 ଯୀଶୁ ଯେ ଯୋହନଙ୍କ ଅପେକ୍ଷା ଅଧିକ ଶିଷ୍ୟ କରୁଅଛନ୍ତି ଓ ବାପ୍ତିସ୍ମ ଦେଉଅଛନ୍ତି
2 (ଯଦ୍ୟପି ଯୀଶୁ ଆପେ ବାପ୍ତିସ୍ମ ଦେଉ ନ ଥିଲେ, ମାତ୍ର ତାହାଙ୍କ ଶିଷ୍ୟମାନେ ଦେଉଥିଲେ), ଏହା ଫାରୂଶୀମାନେ ଶୁଣିଅଛନ୍ତି ବୋଲି ଯେତେବେଳେ ପ୍ରଭୁ ଜାଣିଲେ,
3 ସେତେବେଳେ ସେ ଯିହୂଦା ପ୍ରଦେଶ ପରିତ୍ୟାଗ କରି ପୁନର୍ବାର ଗାଲିଲୀକୁ ପ୍ରସ୍ଥାନ କଲେ ।
4 କିନ୍ତୁ ଶମିରୋଣ ମଧ୍ୟ ଦେଇ ତାହାଙ୍କୁ ଯିବାକୁ ପଡ଼ିଲା ।
5 ତେଣୁ ସେ ଯାଇ ଯାକୁବ ଆପଣା ପୁତ୍ର ଯୋଷେଫଙ୍କୁ ଯେଉଁ ଭୂମିଖଣ୍ଡିକ ଦାନ କରିଥିଲେ, ସେଥିର ନିକଟବର୍ତ୍ତୀ ସୁଖାର ନାମକ ଶମିରୋଣର ଗୋଟିଏ ନଗରରେ ପହଞ୍ଚିଲେ;
6 ସେହି ସ୍ଥାନରେ ଯାକୁବଙ୍କ କୂପ ଥିଲା । ଅତଏବ, ଯୀଶୁ ପଥଶ୍ରାନ୍ତ ହୋଇଥିବାରୁ ସେହି କୂପ ନିକଟରେ ବସିପଡ଼ିଲେ । ସେତେବେଳେ ମଧ୍ୟାହ୍ନ ହୋଇଥିଲା ।
7 ଆଉ, ଜଣେ ଶମିରୋଣୀୟା ସ୍ତ୍ରୀ ପାଣି କାଢ଼ିବା ନିମନ୍ତେ ଆସିଲା । ଯୀଶୁ ତାହାକୁ କହିଲେ, ମୋତେ ପିଇବାକୁ ଦିଅ ।
8 କାରଣ ତାହାଙ୍କର ଶିଷ୍ୟମାନେ ଖାଦ୍ୟ କିଣିବା ନିମନ୍ତେ ନଗରକୁ ଯାଇଥିଲେ ।
9 ସେଥିରେ ଶମିରୋଣୀୟା ସ୍ତ୍ରୀ ତାହାଙ୍କୁ କହିଲା, ଆପଣ ଜଣେ ଯିହୂଦୀ ହୋଇ କିପରି ଶମିରୋଣୀୟା ସ୍ତ୍ରୀ ଯେ ମୁଁ, ମୋ' ହାତରୁ ପିଇବାକୁ ମାଗୁଅଛନ୍ତି ? କାରଣ ଶମିରୋଣୀୟମାନଙ୍କ ସହିତ ଯିହୂଦୀମାନଙ୍କର ବ୍ୟବହାର ନାହିଁ ।
10 ଯୀଶୁ ତାହାକୁ ଉତ୍ତର ଦେଲେ, ଈଶ୍ୱରଙ୍କ ଦାନ ଓ ମୋତେ ପିଇବାକୁ ଦିଅ ବୋଲି ଯେ ତୁମ୍ଭକୁ କହୁଅଛନ୍ତି, ସେ କିଏ, ଏହା ଯଦି ତୁମ୍ଭେ ଜାଣିଥାଆନ୍ତ, ତାହାହେଲେ ତୁମ୍ଭେ ତାହାଙ୍କୁ ମାଗିଥାଆନ୍ତ, ଆଉ ସେ ତୁମ୍ଭକୁ ଜୀବନ୍ତ ଜଳ ଦେଇଥାଆନ୍ତେ ।
11 ସେହି ସ୍ତ୍ରୀଲୋକ ତାହାଙ୍କୁ କହିଲା, ମହାଶୟ, ଜଳ କାଢ଼ିବା ନିମନ୍ତେ ଆପଣଙ୍କ ନିକଟରେ କୌଣସି ପାତ୍ର ନାହିଁ ପୁଣି, କୂଅ ତ ଗଭୀର; ତେବେ ଆପଣ କେଉଁଠାରୁ ସେହି ଜୀବନ୍ତ ଜଳ ପାଇଅଛନ୍ତି ?
12 ଆମ୍ଭମାନଙ୍କର ଯେଉଁ ପିତୃପୁରୁଷ ଯାକୁବ ଆମ୍ଭମାନଙ୍କୁ ଏହି କୂଅ ଦେଇଥିଲେ, ଆଉ ଆପେ, ପୁଣି, ତାଙ୍କ ପୁତ୍ରମାନେ ଓ ପଶୁପଲ ଏଥିରୁ ପାନ କରିଥିଲେ, ତାଙ୍କଠାରୁ କି ଆପଣ ଶ୍ରେଷ୍ଠ ?
ଯୋହନ 4 in ଓଡିଆ ବାଇବେଲ