Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 4

ଯୋହନ 4:12-31

Help us?
Click on verse(s) to share them!
12ଆମ୍ଭମାନଙ୍କର ଯେଉଁ ପିତୃପୁରୁଷ ଯାକୁବ ଆମ୍ଭମାନଙ୍କୁ ଏହି କୂଅ ଦେଇଥିଲେ, ଆଉ ଆପେ, ପୁଣି, ତାଙ୍କ ପୁତ୍ରମାନେ ଓ ପଶୁପଲ ଏଥିରୁ ପାନ କରିଥିଲେ, ତାଙ୍କଠାରୁ କି ଆପଣ ଶ୍ରେଷ୍ଠ ?
13ଯୀଶୁ ତାହାକୁ ଉତ୍ତର ଦେଲେ, ଯେ କେହି ଏହି ଜଳ ପାନ କରେ, ସେ ପୁନର୍ବାର ତୃଷିତ ହେବ;
14କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେ କେହି ପାନ କରିବ, ସେ କେବେ ହେଁ ତୃଷିତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନଦାୟକ ଜଳର ନିର୍ଝର ସ୍ୱରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ ।
15ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମହାଶୟ, ମୋତେ ଯେପରି ଶୋଷ ନ ଲାଗେ, ପୁଣି, ପାଣି କାଢ଼ିବା ନିମନ୍ତେ ଏତେ ବାଟ ଏଠାକୁ ଆସିବାକୁ ନ ପଡ଼େ, ଏଥି ନିମନ୍ତେ ମୋତେ ସେହି ଜଳ ଦିଅନ୍ତୁ ।
16ଯୀଶୁ ତାକୁ କହିଲେ, ଯାଅ, ତୁମ୍ଭ ସ୍ୱାମୀକୁ ଡାକି ଏଠାକୁ ଆସ ।
17ସ୍ତ୍ରୀଲୋକଟି ତାହାଙ୍କୁ ଉତ୍ତର ଦେଲା, ମୋର ସ୍ୱାମୀ ନାହିଁ । ଯୀଶୁ ତାଙ୍କୁ କହିଲେ, ମୋହର ସ୍ୱାମୀ ନାହିଁ, ଏହା ତ ଠିକ‍ କହିଲ;
18କାରଣ ତୁମ୍ଭର ପାଞ୍ଚ ସ୍ୱାମୀ ଥିଲେ, ଆଉ ବର୍ତ୍ତମାନ ତୁମ୍ଭ ପାଖରେ ଯେ ଅଛି, ସେ ତୁମ୍ଭର ସ୍ୱାମୀ ନୁହେଁ; ଏହା ସତ୍ୟ କହିଅଛ ।
19ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମହାଶୟ, ଆପଣ ଯେ ଜଣେ ଭାବବାଦୀ, ଏହା ମୁଁ ଜାଣି ପାରୁଅଛି ।
20ଆମ୍ଭମାନଙ୍କ ପିତୃପୁରୁଷମାନେ ଏହି ପର୍ବତରେ ଉପାସନା କଲେ; ଆଉ, ଆପଣମାନେ କହୁଅଛନ୍ତି, ଯେଉଁ ସ୍ଥାନରେ ଉପାସନା କରିବା ଉଚିତ, ତାହା ଯିରୂଶାଲମରେ ଅଛି ।
21ଯୀଶୁ ତାହାକୁ କହିଲେ, ଆଗୋ ନାରୀ, ମୋ' କଥା ବିଶ୍ୱାସ କର, ଯେଉଁ ସମୟରେ ତୁମ୍ଭେମାନେ ଏହି ପର୍ବତରେ କିମ୍ବା ଯିରୂଶାଲମରେ ପିତାଙ୍କର ଉପାସନା କରିବ ନାହିଁ, ଏପରି ସମୟ ଆସୁଅଛି ।
22ଯାହାକୁ ତୁମ୍ଭେମାନେ ଜାଣ ନାହିଁ, ତାହାକୁ ଉପାସନା କରୁଥାଅ; ଯାହାଙ୍କୁ ଆମ୍ଭେମାନେ ଜାଣୁ, ତାହାଙ୍କୁ ଉପାସନା କରୁଥାଉ, କାରଣ ପରିତ୍ରାଣ ଯିହୂଦୀମାନଙ୍କ ମଧ୍ୟରୁ ଆସେ ।
23କିନ୍ତୁ ଯେଉଁ ସମୟରେ ସତ୍ୟ ଉପାସକମାନେ ଆତ୍ମାରେ ଓ ସତ୍ୟରେ ପିତାଙ୍କର ଉପାସନା କରିବେ, ସେପରି ସମୟ ଆସୁଅଛି; ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ; କାରଣ ପିତା ଏହି ପ୍ରକାର ଉପାସକ ଚାହାଁନ୍ତି ।
24ଈଶ୍ୱର ଆତ୍ମା ଅଟନ୍ତି, ପୁଣି, ଯେଉଁମାନେ ତାହାଙ୍କର ଉପାସନା କରନ୍ତି, ସେମାନେ ଆତ୍ମାରେ ଓ ସତ୍ୟରେ ଉପାସନା କରିବା ଉଚିତ ।
25ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମସୀହ, ଯାହାଙ୍କୁ ଖ୍ରୀଷ୍ଟ କହନ୍ତି, ସେ ଆସୁଅଛନ୍ତି ବୋଲି ମୁଁ ଜାଣେ; ଯେତେବେଳେ ସେ ଆସିବେ, ସେ ଆମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ ।
26ଯୀଶୁ ତାହାକୁ କହିଲେ, ତୁମ୍ଭ ସହିତ କଥା କହୁଅଛି ଯେ ମୁଁ, ମୁଁ ସେହି ଅଟେ ।
27ଏପରି ସମୟରେ ତାହାଙ୍କର ଶିଷ୍ୟମାନେ ଆସି ତାହାଙ୍କୁ ଜଣେ ସ୍ତ୍ରୀଲୋକ ସହିତ କଥାବାର୍ତ୍ତା କରୁଥିବା ଦେଖି ଚମତ୍କୃତ ହେଲେ, ତଥାପି ଆପଣ କ'ଣ ଚାହାଁନ୍ତି, କିମ୍ବା କାହିଁକି ତାହା ସାଙ୍ଗରେ କଥା କହୁଅଛନ୍ତି, ଏହା କେହି ପଚାରିଲେ ନାହିଁ ।
28ସେଥିରେ ସେହି ସ୍ତ୍ରୀ ଆପଣା ଜଳପାତ୍ର ଥୋଇଦେଇ ନଗରକୁ ଯାଇ ଲୋକମାନଙ୍କୁ କହିଲା, ଆସ, ଜଣଙ୍କୁ ଦେଖିବ,
29ମୁଁ ଯାହା ଯାହା କରିଅଛି, ସେହି ସବୁ ସେ ମୋତେ କହିଲେ; ସେ କେଜାଣି ଖ୍ରୀଷ୍ଟ ହେବେ ପରା ?
30ଏଥିରେ ଲୋକେ ନଗରରୁ ବାହାରି ତାହାଙ୍କ ନିକଟକୁ ଯିବାକୁ ଲାଗିଲେ ।
31ଇତିମଧ୍ୟରେ ଶିଷ୍ୟମାନେ ତାହାଙ୍କୁ ଅନୁରୋଧ କରି କହିଲେ, ହେ ଗୁରୁ, ଭୋଜନ କରିବା ହେଉନ୍ତୁ ।

Read ଯୋହନ 4ଯୋହନ 4
Compare ଯୋହନ 4:12-31ଯୋହନ 4:12-31