4କିନ୍ତୁ ଶମିରୋଣ ମଧ୍ୟ ଦେଇ ତାହାଙ୍କୁ ଯିବାକୁ ପଡ଼ିଲା ।
5ତେଣୁ ସେ ଯାଇ ଯାକୁବ ଆପଣା ପୁତ୍ର ଯୋଷେଫଙ୍କୁ ଯେଉଁ ଭୂମିଖଣ୍ଡିକ ଦାନ କରିଥିଲେ, ସେଥିର ନିକଟବର୍ତ୍ତୀ ସୁଖାର ନାମକ ଶମିରୋଣର ଗୋଟିଏ ନଗରରେ ପହଞ୍ଚିଲେ;
6ସେହି ସ୍ଥାନରେ ଯାକୁବଙ୍କ କୂପ ଥିଲା । ଅତଏବ, ଯୀଶୁ ପଥଶ୍ରାନ୍ତ ହୋଇଥିବାରୁ ସେହି କୂପ ନିକଟରେ ବସିପଡ଼ିଲେ । ସେତେବେଳେ ମଧ୍ୟାହ୍ନ ହୋଇଥିଲା ।
7ଆଉ, ଜଣେ ଶମିରୋଣୀୟା ସ୍ତ୍ରୀ ପାଣି କାଢ଼ିବା ନିମନ୍ତେ ଆସିଲା । ଯୀଶୁ ତାହାକୁ କହିଲେ, ମୋତେ ପିଇବାକୁ ଦିଅ ।
8କାରଣ ତାହାଙ୍କର ଶିଷ୍ୟମାନେ ଖାଦ୍ୟ କିଣିବା ନିମନ୍ତେ ନଗରକୁ ଯାଇଥିଲେ ।