42ଆଉ, ସେମାନେ ସେହି ସ୍ତ୍ରୀଲୋକକୁ କହିଲେ, ଏବେ ତୁମ୍ଭ କଥା ହେତୁ ଆମ୍ଭେମାନେ ବିଶ୍ୱାସ କରୁ ନାହୁଁ, ବରଂ ଆମ୍ଭେମାନେ ନିଜେ ନିଜେ ଶୁଣିଅଛୁ, ପୁଣି, ଏ ଯେ ପ୍ରକୃତରେ ଜଗତର ତ୍ରାଣକର୍ତ୍ତା, ଏହା ଆମ୍ଭେମାନେ ଜାଣିଅଛୁ ।
43ସେହି ଦୁଇ ଦିନ ପରେ ସେ ସେଠାରୁ ବାହାରି ଗାଲିଲୀକୁ ଗଲେ ।
44କାରଣ ଭାବବାଦୀ ସ୍ୱଦେଶରେ ଆଦର ପାଆନ୍ତି ନାହିଁ ବୋଲି ଯୀଶୁ ଆପେ ସାକ୍ଷ୍ୟ ଦେଲେ ।
45ପୁଣି, ସେ ଗାଲିଲୀକୁ ଆସନ୍ତେ, ପର୍ବ ସମୟରେ ସେ ଯିରୂଶାଲମରେ ଯାହା ଯାହା କରିଥିଲେ, ସେହି ସବୁ ଦେଖିଥିବାରୁ ଗାଲିଲୀୟମାନେ ତାହାଙ୍କୁ ଗ୍ରହଣ କଲେ, ଯେଣୁ ସେମାନେ ମଧ୍ୟ ପର୍ବକୁ ଯାଇଥିଲେ ।
46ଏଥିମଧ୍ୟରେ ଗାଲିଲୀର ଯେଉଁ କାନ୍ନା ନଗରରେ ସେ ଜଳକୁ ଦ୍ରାକ୍ଷାରସ କରିଥିଲେ, ସେ ସ୍ଥାନକୁ ସେ ପୁନର୍ବାର ଗଲେ । ଆଉ ଜଣେ ରାଜକର୍ମଚାରୀ ଥିଲେ, ତାଙ୍କ ପୁତ୍ର କଫର୍ନାହୂମରେ ପୀଡ଼ିତ ଥିଲା ।
47ଯୀଶୁ ଯିହୂଦା ପ୍ରଦେଶରୁ ଗାଲିଲୀକୁ ବାହାରି ଆସିଅଛନ୍ତି, ଏହା ଶୁଣି ସେ ତାହାଙ୍କ ନିକଟକୁ ଯାଇ ସେ ଯେପରି ଆସି ତାଙ୍କ ପୁତ୍ରକୁ ସୁସ୍ଥ କରନ୍ତି, ଏଥିପାଇଁ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲେ, କାରଣ ସେ ମୃତବତ୍ ହୋଇଥିଲା ।