Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 4

ଯୋହନ 4:45-54

Help us?
Click on verse(s) to share them!
45ପୁଣି, ସେ ଗାଲିଲୀକୁ ଆସନ୍ତେ, ପର୍ବ ସମୟରେ ସେ ଯିରୂଶାଲମରେ ଯାହା ଯାହା କରିଥିଲେ, ସେହି ସବୁ ଦେଖିଥିବାରୁ ଗାଲିଲୀୟମାନେ ତାହାଙ୍କୁ ଗ୍ରହଣ କଲେ, ଯେଣୁ ସେମାନେ ମଧ୍ୟ ପର୍ବକୁ ଯାଇଥିଲେ ।
46ଏଥିମଧ୍ୟରେ ଗାଲିଲୀର ଯେଉଁ କାନ୍ନା ନଗରରେ ସେ ଜଳକୁ ଦ୍ରାକ୍ଷାରସ କରିଥିଲେ, ସେ ସ୍ଥାନକୁ ସେ ପୁନର୍ବାର ଗଲେ । ଆଉ ଜଣେ ରାଜକର୍ମଚାରୀ ଥିଲେ, ତାଙ୍କ ପୁତ୍ର କଫର୍ନାହୂମରେ ପୀଡ଼ିତ ଥିଲା ।
47ଯୀଶୁ ଯିହୂଦା ପ୍ରଦେଶରୁ ଗାଲିଲୀକୁ ବାହାରି ଆସିଅଛନ୍ତି, ଏହା ଶୁଣି ସେ ତାହାଙ୍କ ନିକଟକୁ ଯାଇ ସେ ଯେପରି ଆସି ତାଙ୍କ ପୁତ୍ରକୁ ସୁସ୍ଥ କରନ୍ତି, ଏଥିପାଇଁ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲେ, କାରଣ ସେ ମୃତବତ୍‍ ହୋଇଥିଲା ।
48ସେଥିରେ ଯୀଶୁ ତାଙ୍କୁ କହିଲେ, ଚିହ୍ନ ଓ ଅଦ୍ଭୁତ କର୍ମମାନ ନ ଦେଖିଲେ ତୁମ୍ଭେମାନେ କୌଣସି ପ୍ରକାରେ ବିଶ୍ୱାସ କରିବ ନାହିଁ ।
49ରାଜକର୍ମଚାରୀ ତାହାଙ୍କୁ କହିଲେ, ହେ ପ୍ରଭୁ, ମୋହର ପିଲାଟି ମରିବା ପୂର୍ବରୁ ଆସନ୍ତୁ ।
50ଯୀଶୁ ତାଙ୍କୁ କହିଲେ, ଯାଅ, ତୁମ୍ଭର ପୁଅ ବଞ୍ଚିବ । ଯୀଶୁ ସେହି ବ୍ୟକ୍ତିଙ୍କି ଯେଉଁ ବାକ୍ୟ କହିଲେ, ସେ ତାହା ବିଶ୍ୱାସ କରି ଚାଲିଗଲେ ।
51ପୁଣି, ସେ ଯାଉ ଯାଉ ତାଙ୍କ ଦାସମାନେ ତାଙ୍କୁ ଭେଟି ତାଙ୍କର ପୁତ୍ର ବଞ୍ଚିଲାଣି ବୋଲି କହିଲେ ।
52ତେଣୁ କେଉଁ ଦଣ୍ଡରେ ତାହାର ସୁସ୍ଥତା ହେଲା, ତାହା ସେ ସେମାନଙ୍କୁ ପଚାରିଲେ । ସେଥିରେ ସେମାନେ ତାଙ୍କୁ କହିଲେ, କାଲି ସାତଟାବେଳେ ତାହାକୁ ଜ୍ୱର ଛାଡ଼ିଗଲା ।
53ଏଥିରେ ପିତା ବୁଝିଲେ ଯେ, ଯୀଶୁ ଯେଉଁ ଦଣ୍ଡରେ ତୁମ୍ଭର ପୁତ୍ର ବଞ୍ଚିଲାଣି ବୋଲି ତାଙ୍କୁ କହିଥିଲେ, ଠିକ‍୍ ସେହି ସମୟରେ ଏହା ଘଟିଥିଲା । ଆଉ, ସେ ଆପେ ଓ ତାଙ୍କ ସମସ୍ତ ପରିବାର ବିଶ୍ୱାସ କଲେ ।
54ଯିହୂଦାରୁ ପୁର୍ନବାର ଗାଲିଲୀକୁ ଆସି ଯୀଶୁ ଏହି ଦ୍ୱିତୀୟ ଆଶ୍ଚର୍ଯ୍ୟକର୍ମ ସାଧନ କଲେ ।

Read ଯୋହନ 4ଯୋହନ 4
Compare ଯୋହନ 4:45-54ଯୋହନ 4:45-54