Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 4

ଯୋହନ 4:9-17

Help us?
Click on verse(s) to share them!
9ସେଥିରେ ଶମିରୋଣୀୟା ସ୍ତ୍ରୀ ତାହାଙ୍କୁ କହିଲା, ଆପଣ ଜଣେ ଯିହୂଦୀ ହୋଇ କିପରି ଶମିରୋଣୀୟା ସ୍ତ୍ରୀ ଯେ ମୁଁ, ମୋ' ହାତରୁ ପିଇବାକୁ ମାଗୁଅଛନ୍ତି ? କାରଣ ଶମିରୋଣୀୟମାନଙ୍କ ସହିତ ଯିହୂଦୀମାନଙ୍କର ବ୍ୟବହାର ନାହିଁ ।
10ଯୀଶୁ ତାହାକୁ ଉତ୍ତର ଦେଲେ, ଈଶ୍ୱରଙ୍କ ଦାନ ଓ ମୋତେ ପିଇବାକୁ ଦିଅ ବୋଲି ଯେ ତୁମ୍ଭକୁ କହୁଅଛନ୍ତି, ସେ କିଏ, ଏହା ଯଦି ତୁମ୍ଭେ ଜାଣିଥାଆନ୍ତ, ତାହାହେଲେ ତୁମ୍ଭେ ତାହାଙ୍କୁ ମାଗିଥାଆନ୍ତ, ଆଉ ସେ ତୁମ୍ଭକୁ ଜୀବନ୍ତ ଜଳ ଦେଇଥାଆନ୍ତେ ।
11ସେହି ସ୍ତ୍ରୀଲୋକ ତାହାଙ୍କୁ କହିଲା, ମହାଶୟ, ଜଳ କାଢ଼ିବା ନିମନ୍ତେ ଆପଣଙ୍କ ନିକଟରେ କୌଣସି ପାତ୍ର ନାହିଁ ପୁଣି, କୂଅ ତ ଗଭୀର; ତେବେ ଆପଣ କେଉଁଠାରୁ ସେହି ଜୀବନ୍ତ ଜଳ ପାଇଅଛନ୍ତି ?
12ଆମ୍ଭମାନଙ୍କର ଯେଉଁ ପିତୃପୁରୁଷ ଯାକୁବ ଆମ୍ଭମାନଙ୍କୁ ଏହି କୂଅ ଦେଇଥିଲେ, ଆଉ ଆପେ, ପୁଣି, ତାଙ୍କ ପୁତ୍ରମାନେ ଓ ପଶୁପଲ ଏଥିରୁ ପାନ କରିଥିଲେ, ତାଙ୍କଠାରୁ କି ଆପଣ ଶ୍ରେଷ୍ଠ ?
13ଯୀଶୁ ତାହାକୁ ଉତ୍ତର ଦେଲେ, ଯେ କେହି ଏହି ଜଳ ପାନ କରେ, ସେ ପୁନର୍ବାର ତୃଷିତ ହେବ;
14କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେ କେହି ପାନ କରିବ, ସେ କେବେ ହେଁ ତୃଷିତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନଦାୟକ ଜଳର ନିର୍ଝର ସ୍ୱରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ ।
15ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମହାଶୟ, ମୋତେ ଯେପରି ଶୋଷ ନ ଲାଗେ, ପୁଣି, ପାଣି କାଢ଼ିବା ନିମନ୍ତେ ଏତେ ବାଟ ଏଠାକୁ ଆସିବାକୁ ନ ପଡ଼େ, ଏଥି ନିମନ୍ତେ ମୋତେ ସେହି ଜଳ ଦିଅନ୍ତୁ ।
16ଯୀଶୁ ତାକୁ କହିଲେ, ଯାଅ, ତୁମ୍ଭ ସ୍ୱାମୀକୁ ଡାକି ଏଠାକୁ ଆସ ।
17ସ୍ତ୍ରୀଲୋକଟି ତାହାଙ୍କୁ ଉତ୍ତର ଦେଲା, ମୋର ସ୍ୱାମୀ ନାହିଁ । ଯୀଶୁ ତାଙ୍କୁ କହିଲେ, ମୋହର ସ୍ୱାମୀ ନାହିଁ, ଏହା ତ ଠିକ‍ କହିଲ;

Read ଯୋହନ 4ଯୋହନ 4
Compare ଯୋହନ 4:9-17ଯୋହନ 4:9-17