17ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ, ମୋହର ପିତା ଏପର୍ଯ୍ୟନ୍ତ କାର୍ଯ୍ୟ କରୁଅଛନ୍ତି, ଆଉ ମୁଁ ମଧ୍ୟ କରୁଅଛି ।
18ଏହି କାରଣରୁ ଯିହୂଦୀମାନେ ତାହାଙ୍କୁ ବଧ କରିବା ନିମନ୍ତେ ଆହୁରି ଅଧିକ ଚେଷ୍ଟା କରିବାକୁ ଲାଗିଲେ, ଯେଣୁ ସେ ଯେ ବିଶ୍ରାମବାର ବିଧି ଲଙ୍ଘନ କରୁଥିଲେ, କେବଳ ତାହା ନୁହେଁ, ମାତ୍ର ଈଶ୍ୱରଙ୍କୁ ଆପଣା ପିତା ବୋଲି କହି ନିଜକୁ ଈଶ୍ୱରଙ୍କ ସହିତ ସମାନ କରୁଥିଲେ ।
19ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ପୁତ୍ର ପିତାଙ୍କୁ ଯାହା କରୁଥିବା ଦେଖନ୍ତି, ତାହା ଛଡ଼ା ସେ ନିଜେ କିଛି ହିଁ କରି ପାରନ୍ତି ନାହିଁ । କାରଣ ସେ ଯାହା ଯାହା କରନ୍ତି, ପୁତ୍ର ମଧ୍ୟ ସେହି ସବୁ ସେପ୍ରକାରେ କରନ୍ତି ।
20କାରଣ ପିତା ପୁତ୍ରଙ୍କୁ ସ୍ନେହ କରନ୍ତି, ପୁଣି, ଆପେ ଯାହା ଯାହା କରନ୍ତି, ସେହି ସବୁ ତାହାଙ୍କୁ ଦେଖାନ୍ତି, ଆଉ ତୁମ୍ଭେମାନେ ଯେପରି ଚମତ୍କୃତ ହୁଅ, ଏଥି ନିମନ୍ତେ ସେ ତାହାଙ୍କୁ ଏହାଠାରୁ ଆହୁରି ମହତ ମହତ କର୍ମ ଦେଖାଇବେ ।
21ଯେଣୁ ପିତା ଯେପ୍ରକାରେ ମୃତମାନଙ୍କୁ ଉତ୍ଥାପନ କରି ଜୀବିତ କରନ୍ତି, ସେହି ପ୍ରକାରେ ପୁତ୍ର ମଧ୍ୟ ଯାହାଯାହାକୁ ଇଚ୍ଛା, ସେମାନଙ୍କୁ ଜୀବିତ କରନ୍ତି ।