Text copied!
Bibles in Odia

ଯୋହନ 5:18-32 in Odia

Help us?

ଯୋହନ 5:18-32 in ଓଡିଆ ବାଇବେଲ

18 ଏହି କାରଣରୁ ଯିହୂଦୀମାନେ ତାହାଙ୍କୁ ବଧ କରିବା ନିମନ୍ତେ ଆହୁରି ଅଧିକ ଚେଷ୍ଟା କରିବାକୁ ଲାଗିଲେ, ଯେଣୁ ସେ ଯେ ବିଶ୍ରାମବାର ବିଧି ଲଙ୍ଘନ କରୁଥିଲେ, କେବଳ ତାହା ନୁହେଁ, ମାତ୍ର ଈଶ୍ୱରଙ୍କୁ ଆପଣା ପିତା ବୋଲି କହି ନିଜକୁ ଈଶ୍ୱରଙ୍କ ସହିତ ସମାନ କରୁଥିଲେ ।
19 ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ପୁତ୍ର ପିତାଙ୍କୁ ଯାହା କରୁଥିବା ଦେଖନ୍ତି, ତାହା ଛଡ଼ା ସେ ନିଜେ କିଛି ହିଁ କରି ପାରନ୍ତି ନାହିଁ । କାରଣ ସେ ଯାହା ଯାହା କରନ୍ତି, ପୁତ୍ର ମଧ୍ୟ ସେହି ସବୁ ସେପ୍ରକାରେ କରନ୍ତି ।
20 କାରଣ ପିତା ପୁତ୍ରଙ୍କୁ ସ୍ନେହ କରନ୍ତି, ପୁଣି, ଆପେ ଯାହା ଯାହା କରନ୍ତି, ସେହି ସବୁ ତାହାଙ୍କୁ ଦେଖାନ୍ତି, ଆଉ ତୁମ୍ଭେମାନେ ଯେପରି ଚମତ୍କୃତ ହୁଅ, ଏଥି ନିମନ୍ତେ ସେ ତାହାଙ୍କୁ ଏହାଠାରୁ ଆହୁରି ମହତ‍ ମହତ‍ କର୍ମ ଦେଖାଇବେ ।
21 ଯେଣୁ ପିତା ଯେପ୍ରକାରେ ମୃତମାନଙ୍କୁ ଉତ୍ଥାପନ କରି ଜୀବିତ କରନ୍ତି, ସେହି ପ୍ରକାରେ ପୁତ୍ର ମଧ୍ୟ ଯାହାଯାହାକୁ ଇଚ୍ଛା, ସେମାନଙ୍କୁ ଜୀବିତ କରନ୍ତି ।
22 ପୁଣି, ପିତା ମଧ୍ୟ କାହାର ବିଚାର କରନ୍ତି ନାହିଁ, ମାତ୍ର ସମସ୍ତେ ପିତାଙ୍କୁ ଯେଉଁ ପ୍ରକାରେ ସମାଦର କରନ୍ତି, ସେହି ପ୍ରକାରେ ପୁତ୍ରଙ୍କୁ ମଧ୍ୟ ଯେପରି ସମାଦର କରିବେ, ସେଥିନିମନ୍ତେ ପୁତ୍ରଙ୍କୁ ସମସ୍ତ ବିଚାର କରିବାର ଅଧିକାର ଦେଇଅଛନ୍ତି ।
23 ଯେ ପୁତ୍ରଙ୍କୁ ସମାଦର କରେ ନାହିଁ, ସେ ତାହାଙ୍କର ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସମାଦର କରେ ନାହିଁ ।
24 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି ।
25 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ୱରଙ୍କର ପୁତ୍ରଙ୍କ ସ୍ୱର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ଜୀବିତ ହେବେ ଏପରି ସମୟ ଆସୁଅଛି, ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ ।
26 କାରଣ ପିତା ଯେପରି ସ୍ୱୟଂଜୀବୀ, ସେହିପରି ସେ ପୁତ୍ରଙ୍କୁ ମଧ୍ୟ ସ୍ୱୟଂଜୀବୀ ହେବାକୁ ଦେଇଅଛନ୍ତି;
27 ଆଉ, ସେ ମନୁଷ୍ୟପୁତ୍ର ହେବାରୁ ସେ ତାହାଙ୍କୁ ବିଚାର କରିବାର ଅଧିକାର ଦେଲେ ।
28 ଏଥିରେ ଚମତ୍କୃତ ହୁଅ ନାହିଁ, କାରଣ ଯେଉଁ ସମୟରେ ସମାଧିସ୍ଥ ସମସ୍ତେ ତାହାଙ୍କ ସ୍ୱର ଶୁଣିବେ ଏବଂ ଯେଉଁମାନେ ସତ୍କର୍ମ କରିଅଛନ୍ତି,
29 ସେମାନେ ଜୀବନର ପୁନରୁତ୍ଥାନ ନିମନ୍ତେ ଓ ଯେଉଁମାନେ ଅସତ୍‍ କର୍ମ କରିଅଛନ୍ତି, ସେମାନେ ଦଣ୍ଡର ପୁନରୁତ୍ଥାନ ନିମନ୍ତେ ବାହାର ହୋଇ ଆସିବେ, ଏପରି ସମୟ ଆସୁଅଛି ।
30 ମୁଁ ନିଜେ କିଛି କରି ପାରେ ନାହିଁ; ମୁଁ ଯେପରି ଶୁଣେ, ସେହିପରି ବିଚାର କରେ, ଆଉ ମୋହର ବିଚାର ଯଥାର୍ଥ, କାରଣ ମୁଁ ଆପଣାର ଇଚ୍ଛା ସାଧନ କରିବାକୁ ଚେଷ୍ଟା ନ କରି ମୋହର ପ୍ରେରଣକର୍ତ୍ତାଙ୍କର ଇଚ୍ଛା ସାଧନ କରିବାକୁ ଚେଷ୍ଟା କରେ ।
31 ଯଦି ମୁଁ ନିଜ ବିଷୟରେ ସାକ୍ଷ୍ୟ ଦିଏ, ତାହାହେଲେ ମୋହର ସାକ୍ଷ୍ୟ ସତ୍ୟ ନୁହେଁ ।
32 ମୋ' ବିଷୟରେ ଯେ ସାକ୍ଷ୍ୟ ଦିଅନ୍ତି, ସେ ଆଉ ଜଣେ; ପୁଣି, ମୋ' ବିଷୟରେ ତାହାଙ୍କର ସାକ୍ଷ୍ୟ ଯେ ସତ୍ୟ, ତାହା ମୁଁ ଜାଣେ ।
ଯୋହନ 5 in ଓଡିଆ ବାଇବେଲ