Text copied!
Bibles in Odia

ଯୋହନ 5:19-27 in Odia

Help us?

ଯୋହନ 5:19-27 in ଓଡିଆ ବାଇବେଲ

19 ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ପୁତ୍ର ପିତାଙ୍କୁ ଯାହା କରୁଥିବା ଦେଖନ୍ତି, ତାହା ଛଡ଼ା ସେ ନିଜେ କିଛି ହିଁ କରି ପାରନ୍ତି ନାହିଁ । କାରଣ ସେ ଯାହା ଯାହା କରନ୍ତି, ପୁତ୍ର ମଧ୍ୟ ସେହି ସବୁ ସେପ୍ରକାରେ କରନ୍ତି ।
20 କାରଣ ପିତା ପୁତ୍ରଙ୍କୁ ସ୍ନେହ କରନ୍ତି, ପୁଣି, ଆପେ ଯାହା ଯାହା କରନ୍ତି, ସେହି ସବୁ ତାହାଙ୍କୁ ଦେଖାନ୍ତି, ଆଉ ତୁମ୍ଭେମାନେ ଯେପରି ଚମତ୍କୃତ ହୁଅ, ଏଥି ନିମନ୍ତେ ସେ ତାହାଙ୍କୁ ଏହାଠାରୁ ଆହୁରି ମହତ‍ ମହତ‍ କର୍ମ ଦେଖାଇବେ ।
21 ଯେଣୁ ପିତା ଯେପ୍ରକାରେ ମୃତମାନଙ୍କୁ ଉତ୍ଥାପନ କରି ଜୀବିତ କରନ୍ତି, ସେହି ପ୍ରକାରେ ପୁତ୍ର ମଧ୍ୟ ଯାହାଯାହାକୁ ଇଚ୍ଛା, ସେମାନଙ୍କୁ ଜୀବିତ କରନ୍ତି ।
22 ପୁଣି, ପିତା ମଧ୍ୟ କାହାର ବିଚାର କରନ୍ତି ନାହିଁ, ମାତ୍ର ସମସ୍ତେ ପିତାଙ୍କୁ ଯେଉଁ ପ୍ରକାରେ ସମାଦର କରନ୍ତି, ସେହି ପ୍ରକାରେ ପୁତ୍ରଙ୍କୁ ମଧ୍ୟ ଯେପରି ସମାଦର କରିବେ, ସେଥିନିମନ୍ତେ ପୁତ୍ରଙ୍କୁ ସମସ୍ତ ବିଚାର କରିବାର ଅଧିକାର ଦେଇଅଛନ୍ତି ।
23 ଯେ ପୁତ୍ରଙ୍କୁ ସମାଦର କରେ ନାହିଁ, ସେ ତାହାଙ୍କର ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସମାଦର କରେ ନାହିଁ ।
24 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି ।
25 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ୱରଙ୍କର ପୁତ୍ରଙ୍କ ସ୍ୱର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ଜୀବିତ ହେବେ ଏପରି ସମୟ ଆସୁଅଛି, ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ ।
26 କାରଣ ପିତା ଯେପରି ସ୍ୱୟଂଜୀବୀ, ସେହିପରି ସେ ପୁତ୍ରଙ୍କୁ ମଧ୍ୟ ସ୍ୱୟଂଜୀବୀ ହେବାକୁ ଦେଇଅଛନ୍ତି;
27 ଆଉ, ସେ ମନୁଷ୍ୟପୁତ୍ର ହେବାରୁ ସେ ତାହାଙ୍କୁ ବିଚାର କରିବାର ଅଧିକାର ଦେଲେ ।
ଯୋହନ 5 in ଓଡିଆ ବାଇବେଲ