Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 5

ଯୋହନ 5:36-41

Help us?
Click on verse(s) to share them!
36କିନ୍ତୁ ଯୋହନଙ୍କର ସାକ୍ଷ୍ୟ ଅପେକ୍ଷା ମୋହର ଗୁରୁତର ସାକ୍ଷ୍ୟ ଅଛି, କାରଣ ପିତା ମୋତେ ଯେ ଯେ କାର୍ଯ୍ୟ ସମାପ୍ତ କରିବାକୁ ଦେଇଅଛନ୍ତି, ଯେ ସମସ୍ତ କର୍ମ ମୁଁ କରୁଅଛି, ପିତା ମୋତେ ପ୍ରେରଣ କରିଅଛନ୍ତି ବୋଲି ସେହି ସବୁ ମୋ' ବିଷୟରେ ସାକ୍ଷ୍ୟ ଦେଉଅଛି ।
37ଆଉ, ଯେଉଁ ପିତା ମୋତେ ପ୍ରେରଣ କଲେ, ସେ ମୋ' ବିଷୟରେ ସାକ୍ଷ୍ୟ ଦେଇଅଛନ୍ତି । ତୁମ୍ଭେମାନେ କେବେ ହେଁ ତାହାଙ୍କର ସ୍ୱର ଶୁଣି ନାହଁ ବା ତାହାଙ୍କର ଆକାର ଦେଖି ନାହଁ,
38ପୁଣି, ତାହାଙ୍କ ବାକ୍ୟ ତୁମ୍ଭମାନଙ୍କ ଅନ୍ତରରେ ସ୍ଥାନ ପାଇ ନାହିଁ, କାରଣ ସେ ଯାହାଙ୍କୁ ପ୍ରେରଣ କଲେ, ତାହାଙ୍କୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ ।
39ତୁମ୍ଭେମାନେ ଧର୍ମଶାସ୍ତ୍ର ଅନୁସନ୍ଧାନ କରୁଅଛ, କାରଣ ସେଥିରେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛ ବୋଲି ମନେ କରୁଅଛ; ଆଉ, ସେହି ଧର୍ମଶାସ୍ତ୍ର ମୋ' ବିଷୟରେ ସାକ୍ଷ୍ୟ ଦେଉଅଛି ।
40କିନ୍ତୁ ତୁମ୍ଭେମାନେ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୋ' ନିକଟକୁ ଆସିବାକୁ ଇଚ୍ଛା କରୁ ନାହଁ ।
41ମୁଁ ମନୁଷ୍ୟମାନଙ୍କଠାରୁ ଗୌରବ ଗ୍ରହଣ କରେ ନାହିଁ,

Read ଯୋହନ 5ଯୋହନ 5
Compare ଯୋହନ 5:36-41ଯୋହନ 5:36-41