Text copied!
Bibles in Odia

ଯୋହନ 5:4-8 in Odia

Help us?

ଯୋହନ 5:4-8 in ଓଡିଆ ବାଇବେଲ

4 କାରଣ କୌଣସି କୌଣସି ସମୟରେ ପ୍ରଭୁଙ୍କର ଜଣେ ଦୂତ ପୁଷ୍କରିଣୀରେ ଅବତରଣ କରି ଜଳ କମ୍ପାଉଥିଲେ, ଆଉ ଜଳ କମ୍ପିଲା ପରେ ଯେ କେହି ପ୍ରଥମରେ ସେଥିରେ ପ୍ରବେଶ କରୁଥିଲା, ସେ ଯେକୌଣସି ରୋଗରେ ଆକ୍ରାନ୍ତ ହୋଇଥିଲେ ସୁଦ୍ଧା ସୁସ୍ଥ ହେଉଥିଲା ।
5 ସେଠାରେ ଅଠତିରିଶି ବର୍ଷାବଧି ରୋଗଗ୍ରସ୍ତ ଜଣେ ଲୋକ ଥିଲା ।
6 ଯୀଶୁ ତାକୁ ପଡ଼ିରହିଥିବା ଦେଖି ବହୁକାଳର ରୋଗୀ ବୋଲି ଜାଣି ତାକୁ ପଚାରିଲେ, ତୁମ୍ଭେ କ'ଣ ସୁସ୍ଥ ହେବାକୁ ଇଚ୍ଛା କରୁଅଛ ?
7 ରୋଗୀଟି ତାହାଙ୍କୁ ଉତ୍ତର ଦେଲା, ମହାଶୟ, ଜଳ କମ୍ପିବା ସମୟରେ ମୋତେ ପୋଖରୀ ଭିତରକୁ ଘେନିଯିବା ପାଇଁ ମୋହର କେହି ନାହିଁ; ଆଉ, ମୁଁ ଯାଉ ଯାଉ ଅନ୍ୟ ଜଣେ ମୋ' ଆଗରୁ ପଶିଯାଏ ।
8 ଯୀଶୁ ତାକୁ କହିଲେ, ଉଠ, ତୁମ୍ଭର ଖଟିଆ ଘେନି ଚାଲ ।
ଯୋହନ 5 in ଓଡିଆ ବାଇବେଲ