Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 5

ଯୋହନ 5:41-47

Help us?
Click on verse(s) to share them!
41ମୁଁ ମନୁଷ୍ୟମାନଙ୍କଠାରୁ ଗୌରବ ଗ୍ରହଣ କରେ ନାହିଁ,
42ମାତ୍ର ମୁଁ ତୁମ୍ଭମାନଙ୍କୁ ଜାଣିଅଛି, ତୁମ୍ଭମାନଙ୍କ ଅନ୍ତରରେ ଈଶ୍ୱରଙ୍କ ପ୍ରେମ ନାହିଁ ।
43ମୁଁ ମୋହର ପିତାଙ୍କ ନାମରେ ଆସିଅଛି, ଆଉ ତୁମ୍ଭେମାନେ ତ ମୋତେ ଗ୍ରହଣ କରୁ ନାହଁ; ଅନ୍ୟ ଜଣେ ଯଦି ନିଜ ନାମରେ ଆସିବ, ତେବେ ତୁମ୍ଭେମାନେ ତାହାକୁ ଗ୍ରହଣ କରିବ ।
44ତୁମ୍ଭେମାନେ କିପରି ବିଶ୍ୱାସ କରି ପାର ? ତୁମ୍ଭେମାନେ ତ ପରସ୍ପରଠାରୁ ଗୌରବ ଗ୍ରହଣ କରୁଅଛ, ପୁଣି, ଏକମାତ୍ର ଈଶ୍ୱରଙ୍କଠାରୁ ଯେଉଁ ଗୌରବ, ତାହା ପାଇବା ପାଇଁ ଚେଷ୍ଟା କରୁ ନାହଁ ।
45ମୁଁ ଯେ ପିତାଙ୍କ ଛାମୁରେ ତୁମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ କରିବି, ଏହା ମନେ କର ନାହିଁ; ଯେଉଁ ମୋଶାଙ୍କଠାରେ ତୁମ୍ଭେମାନେ ଭରସା ରଖିଅଛ, ସେ ତୁମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ କରୁଅଛନ୍ତି ।
46କାରଣ ତୁମ୍ଭେମାନେ ଯଦି ମୋଶାଙ୍କୁ ବିଶ୍ୱାସ କରିଥାନ୍ତ, ତେବେ ମୋତେ ବିଶ୍ୱାସ କରିଥାନ୍ତ, ଯେଣୁ ସେ ମୋ' ବିଷୟରେ ଲେଖିଅଛନ୍ତି ।
47କିନ୍ତୁ ତୁମ୍ଭେମାନେ ଯଦି ତାହାଙ୍କ ଲିଖିତ ବାକ୍ୟ ବିଶ୍ୱାସ କରୁ ନାହଁ, ତେବେ କିପରି ମୋହର ବାକ୍ୟ ବିଶ୍ୱାସ କରିବ ?

Read ଯୋହନ 5ଯୋହନ 5
Compare ଯୋହନ 5:41-47ଯୋହନ 5:41-47