44ତୁମ୍ଭେମାନେ କିପରି ବିଶ୍ୱାସ କରି ପାର ? ତୁମ୍ଭେମାନେ ତ ପରସ୍ପରଠାରୁ ଗୌରବ ଗ୍ରହଣ କରୁଅଛ, ପୁଣି, ଏକମାତ୍ର ଈଶ୍ୱରଙ୍କଠାରୁ ଯେଉଁ ଗୌରବ, ତାହା ପାଇବା ପାଇଁ ଚେଷ୍ଟା କରୁ ନାହଁ ।
45ମୁଁ ଯେ ପିତାଙ୍କ ଛାମୁରେ ତୁମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ କରିବି, ଏହା ମନେ କର ନାହିଁ; ଯେଉଁ ମୋଶାଙ୍କଠାରେ ତୁମ୍ଭେମାନେ ଭରସା ରଖିଅଛ, ସେ ତୁମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ କରୁଅଛନ୍ତି ।
46କାରଣ ତୁମ୍ଭେମାନେ ଯଦି ମୋଶାଙ୍କୁ ବିଶ୍ୱାସ କରିଥାନ୍ତ, ତେବେ ମୋତେ ବିଶ୍ୱାସ କରିଥାନ୍ତ, ଯେଣୁ ସେ ମୋ' ବିଷୟରେ ଲେଖିଅଛନ୍ତି ।
47କିନ୍ତୁ ତୁମ୍ଭେମାନେ ଯଦି ତାହାଙ୍କ ଲିଖିତ ବାକ୍ୟ ବିଶ୍ୱାସ କରୁ ନାହଁ, ତେବେ କିପରି ମୋହର ବାକ୍ୟ ବିଶ୍ୱାସ କରିବ ?