Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 6

ଯୋହନ 6:1-14

Help us?
Click on verse(s) to share them!
1ଏଥିଉତ୍ତାରେ ଯୀଶୁ ଗାଲିଲୀ ସମୁଦ୍ରର, ଅର୍ଥାତ୍‍, ତିବିରୀୟା ସମୁଦ୍ରର ଆରପାରିକୁ ଗଲେ ।
2ଆଉ, ସେ ରୋଗୀମାନଙ୍କ ପ୍ରତି ଯେ ଯେ ଆଶ୍ଚର୍ଯ୍ୟକର୍ମ କରୁଥିଲେ, ସେହି ସବୁ ଦେଖି ବହୁସଂଖ୍ୟକ ଲୋକ ତାହାଙ୍କ ପଶ୍ଚାତ୍‍ଗମନ କରିବାକୁ ଲାଗିଲେ ।
3ସେଥିରେ ଯୀଶୁ ପର୍ବତ ଉପରକୁ ଯାଇ ଆପଣା ଶିଷ୍ୟମାନଙ୍କ ସହିତ ସେଠାରେ ବସିଲେ ।
4ସେତେବେଳେ ଯିହୂଦୀମାନଙ୍କ ନିସ୍ତାର ପର୍ବ ନିକଟବର୍ତ୍ତୀ ଥିଲା ।
5ପୁଣି, ଯୀଶୁ ଦୃଷ୍ଟିପାତ କରି ବହୁସଂଖ୍ୟକ ଲୋକଙ୍କୁ ଆପଣା ନିକଟକୁ ଆସିବା ଦେଖି ଫିଲିପ୍ପଙ୍କ କହିଲେ, ଏମାନଙ୍କର ଭୋଜନ ନିମନ୍ତେ ଆମ୍ଭେମାନେ କେଉଁଠାରୁ ରୁଟି କିଣିବା ?
6କିନ୍ତୁ ସେ ତାହାଙ୍କୁ ପରୀକ୍ଷା କରିବା ଉଦ୍ଦେଶ୍ୟରେ ଏହା କହିଲେ, କାରଣ ସେ କ'ଣ କରିବାକୁ ଯାଉଅଛନ୍ତି, ତାହା ସେ ନିଜେ ଜାଣିଥିଲେ ।
7ଫିଲିପ୍ପ ତାହାଙ୍କୁ ଉତ୍ତର ଦେଲେ, ପ୍ରତ୍ୟେକ ଜଣ ଟିକିଏ ପାଇବା ପାଇଁ ଏମାନଙ୍କ ନିମନ୍ତେ ଶହେ ଟଙ୍କାର ରୁଟି ଯଥେଷ୍ଟ ନୁହେଁ ।
8ଶିମୋନ ପିତରଙ୍କର ଭାଇ ଆନ୍ଦ୍ରୀୟ ନାମକ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଏଠାରେ ଜଣେ ବାଳକ ଅଛି,
9ତାହା ପାଖରେ ଯଅର ପାଞ୍ଚୋଟି ରୁଟି ଓ ଦୁଇଟି ଭଜା ମାଛ ଅଛି, କିନ୍ତୁ ଏତେ ଲୋକଙ୍କ ପାଇଁ ତାହା କ'ଣ ହେବ ?
10ଯୀଶୁ କହିଲେ, ଲୋକମାନଙ୍କୁ ବସାଅ । ସେ ସ୍ଥାନରେ ବହୁତ ଘାସ ଥିଲା । ତେଣୁ ସଂଖ୍ୟାରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବସିଲେ ।
11ସେଥିରେ ଯୀଶୁ ସେହି ରୁଟି ଘେନି ଧନ୍ୟବାଦ ଦେଇ ବସିଥିବା ଲୋକମାନଙ୍କୁ ତାହା ବାଣ୍ଟିଦେଲେ, ସେହି ପ୍ରକାରେ ମାଛ ମଧ୍ୟ ବାଣ୍ଟିଦେଲେ, ସେମାନେ ଯେତେ ଚାହିଁଲେ, ସେତେ ଦେଲେ ।
12ଆଉ, ସେମାନେ ପରିତୃପ୍ତ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ଯେପରି କିଛି ନଷ୍ଟ ନ ହୁଏ, ଏଥି ନିମନ୍ତେ ବଳିଥିବା ଭଙ୍ଗା ଖଣ୍ଡଗୁଡ଼ିକ ଏକାଠି କର ।
13ସେଥିରେ ସେମାନେ ସେହି ସବୁ ଏକାଠି କଲେ, ପୁଣି, ଲୋକମାନଙ୍କର ଖାଇବା ପରେ ଯଅର ସେହି ପାଞ୍ଚ ରୁଟିରୁ ଯେଉଁ ଭଙ୍ଗା ଖଣ୍ଡଗୁଡ଼ିକ ବଳିଥିଲା, ସେଥିରେ ସେମାନେ ବାର ଟୋକେଇ ପୂର୍ଣ୍ଣ କଲେ ।
14ତେଣୁ ଲୋକମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ ଦେଖି କହିବାକୁ ଲାଗିଲେ, ଜଗତକୁ ଯେଉଁ ଭାବବାଦୀଙ୍କର ଆସିବାର ଥିଲା, ଏ ନିଶ୍ଚୟ ସେହି ।

Read ଯୋହନ 6ଯୋହନ 6
Compare ଯୋହନ 6:1-14ଯୋହନ 6:1-14