Text copied!
Bibles in Odia

ଯୋହନ 6:17-22 in Odia

Help us?

ଯୋହନ 6:17-22 in ଓଡିଆ ବାଇବେଲ

17 ଓ ନୌକାରେ ଚଢ଼ି ସମୁଦ୍ର ସେପାରସ୍ଥ କଫର୍ନାହୂମ ଆଡ଼କୁ ଯିବାକୁ ଲାଗିଲେ । ଅନ୍ଧକାର ହୋଇଗଲା, ପୁଣି, ଯୀଶୁ ସେପର୍ଯ୍ୟନ୍ତ ସେମାନଙ୍କ ନିକଟକୁ ଆସି ନ ଥିଲେ,
18 ଆଉ ପ୍ରବଳ ପବନ ବହୁଥିବାରୁ ସମୁଦ୍ରରେ ଲହଡ଼ି ଉଠୁଥିଲା ।
19 ଇତିମଧ୍ୟରେ ସେମାନେ ପ୍ରାୟ ଦେଢ଼ ବା ଦୁଇ କୋଶ ବାହିଯାଇ ଯୀଶୁଙ୍କୁ ସମୁଦ୍ର ଉପରେ ଚାଲି ନୌକା ନିକଟକୁ ଆସୁଥିବା ଦେଖି ଭୀତ ହେଲେ ।
20 କିନ୍ତୁ ସେ ସେମାନଙ୍କୁ କହିଲେ, ଏ ତ ମୁଁ, ଭୟ କର ନାହିଁ ।
21 ତେଣୁ ସେମାନେ ତାହାଙ୍କୁ ନୌକାରେ ନେବାକୁ ଇଚ୍ଛୁକ ହେଲେ, ପୁଣି, ସେମାନେ ଯେଉଁ ସ୍ଥାନକୁ ଯାଉଥିଲେ, ନୌକାଟି ତତ୍‍କ୍ଷଣାତ୍‍ ସେହି ସ୍ଥାନରେ ପହଞ୍ଚିଲା ।
22 ସେ ସ୍ଥାନରେ ଗୋଟିଏ ନୌକା ବ୍ୟତୀତ ଯେ ଅନ୍ୟ କୌଣସି ନୌକା ନ ଥିଲା, ଆଉ ସେଥିରେ ଯେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଯାଇ ନ ଥିଲେ, ମାତ୍ର କେବଳ ତାହାଙ୍କ ଶିଷ୍ୟମାନେ ଯାଇଥିଲେ, ଏହା ଯେଉଁ ଲୋକମାନେ ତହିଁ ଆରଦିନ ସମୁଦ୍ର ସେପାରିରେ ଠିଆ ହୋଇଥିଲେ, ସେମାନେ ଦେଖିଥିଲେ ।
ଯୋହନ 6 in ଓଡିଆ ବାଇବେଲ