19ଇତିମଧ୍ୟରେ ସେମାନେ ପ୍ରାୟ ଦେଢ଼ ବା ଦୁଇ କୋଶ ବାହିଯାଇ ଯୀଶୁଙ୍କୁ ସମୁଦ୍ର ଉପରେ ଚାଲି ନୌକା ନିକଟକୁ ଆସୁଥିବା ଦେଖି ଭୀତ ହେଲେ ।
20କିନ୍ତୁ ସେ ସେମାନଙ୍କୁ କହିଲେ, ଏ ତ ମୁଁ, ଭୟ କର ନାହିଁ ।
21ତେଣୁ ସେମାନେ ତାହାଙ୍କୁ ନୌକାରେ ନେବାକୁ ଇଚ୍ଛୁକ ହେଲେ, ପୁଣି, ସେମାନେ ଯେଉଁ ସ୍ଥାନକୁ ଯାଉଥିଲେ, ନୌକାଟି ତତ୍କ୍ଷଣାତ୍ ସେହି ସ୍ଥାନରେ ପହଞ୍ଚିଲା ।
22ସେ ସ୍ଥାନରେ ଗୋଟିଏ ନୌକା ବ୍ୟତୀତ ଯେ ଅନ୍ୟ କୌଣସି ନୌକା ନ ଥିଲା, ଆଉ ସେଥିରେ ଯେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଯାଇ ନ ଥିଲେ, ମାତ୍ର କେବଳ ତାହାଙ୍କ ଶିଷ୍ୟମାନେ ଯାଇଥିଲେ, ଏହା ଯେଉଁ ଲୋକମାନେ ତହିଁ ଆରଦିନ ସମୁଦ୍ର ସେପାରିରେ ଠିଆ ହୋଇଥିଲେ, ସେମାନେ ଦେଖିଥିଲେ ।
23ପ୍ରଭୁ ଧନ୍ୟବାଦ ଦେଲା ଉତ୍ତାରେ ସେମାନେ ଯେଉଁ ସ୍ଥାନରେ ରୁଟି ଭୋଜନ କରିଥିଲେ, ସେହି ସ୍ଥାନ ନିକଟକୁ ତିବିରୀୟାରୁ ଆଉ କେତେକ ନୌକା ଆସିଲା;
24ଅତଏବ, ଯୀଶୁ କିମ୍ବା ତାହାଙ୍କ ଶିଷ୍ୟମାନେ ଯେ ସେଠାରେ ନାହାଁନ୍ତି, ଏହା ଯେତେବେଳେ ଲୋକସମୂହ ଦେଖିଲେ, ସେତେବେଳେ ସେମାନେ ସେହି ସବୁ ନୌକାରେ ଚଢ଼ି ଯୀଶୁଙ୍କୁ ଖୋଜୁ ଖୋଜୁ କଫର୍ନାହୂମକୁ ଆସିଲେ ।