Text copied!
Bibles in Odia

ଯୋହନ 6:32-36 in Odia

Help us?

ଯୋହନ 6:32-36 in ଓଡିଆ ବାଇବେଲ

32 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋଶା ତୁମ୍ଭମାନଙ୍କୁ ସ୍ୱର୍ଗରୁ ଆହାର ଦେଇ ନାହାଁନ୍ତି, କିନ୍ତୁ ମୋହର ପିତା ତୁମ୍ଭମାନଙ୍କୁ ସ୍ୱର୍ଗରୁ ପ୍ରକୃତ ଆହାର ଦିଅନ୍ତି;
33 କାରଣ ଯେଉଁ ଆହାର ସ୍ୱର୍ଗରୁ ଅବତରଣ କରି ଜଗତକୁ ଜୀବନ ପ୍ରଦାନ କରେ, ତାହା ଈଶ୍ୱରଦତ୍ତ ଆହାର ।
34 ସେମାନେ ତାହାଙ୍କୁ କହିଲେ, ପ୍ରଭୁ, ସବୁବେଳେ ଆମ୍ଭମାନଙ୍କୁ ଏହି ଆହାର ଦିଅନ୍ତୁ ।
35 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୁଁ ସେହି ଜୀବନଦାୟକ ଆହାର; ଯେ ମୋ' ନିକଟକୁ ଆସେ, ସେ କଦାପି କ୍ଷୁଧିତ ହେବ ନାହିଁ, ଆଉ ଯେ ମୋ'ଠାରେ ବିଶ୍ୱାସ କରେ, ସେ କଦାପି ତୃଷିତ ହେବ ନାହିଁ ।
36 କିନ୍ତୁ ତୁମ୍ଭେମାନେ ମୋତେ ଦେଖିଲେ ହେଁ ଯେ ବିଶ୍ୱାସ କରୁ ନାହଁ, ଏହା ମୁଁ ତୁମ୍ଭମାନଙ୍କୁ କହିଅଛି ।
ଯୋହନ 6 in ଓଡିଆ ବାଇବେଲ