Text copied!
Bibles in Odia

ଯୋହନ 6:37-47 in Odia

Help us?

ଯୋହନ 6:37-47 in ଓଡିଆ ବାଇବେଲ

37 ପିତା ଯେସମସ୍ତଙ୍କୁ ମୋତେ ଦାନ କରନ୍ତି, ସେମାନେ ମୋ' ନିକଟକୁ ଆସିବେ; ଆଉ, ଯେ ମୋ' ନିକଟକୁ ଆସେ, ତାହାକୁ ମୁଁ କୌଣସି ପ୍ରକାରେ ବାହାର କରିଦେବି ନାହିଁ;
38 କାରଣ ମୁଁ ନିଜ ଇଚ୍ଛା ସାଧନ କରିବାକୁ ଅବତରଣ ନ କରି ବରଂ ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବାକୁ ସ୍ୱର୍ଗରୁ ଅବତରଣ କରିଅଛି ।
39 ଆଉ, ମୋହର ପ୍ରେରଣକର୍ତ୍ତା ଯେସମସ୍ତଙ୍କୁ ମୋତେ ଦାନ କରିଅଛନ୍ତି, ସେମାନଙ୍କ ମଧ୍ୟରୁ କାହାକୁ ହିଁ ଯେପରି ମୁଁ ନ ହରାଇ ବରଂ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି, ଏହା ତାହାଙ୍କର ଇଚ୍ଛା ।
40 କାରଣ ଯେ କେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେପରି ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି ।
41 ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ହୋଇଥିବା ଆହାର ଅଟେ, ସେ ଏହା କହିବାରୁ ଯିହୂଦୀମାନେ ତାହାଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ,
42 ଏ କ'ଣ ଯୋଷେଫର ପୁଅ ଯୀଶୁ ନୁହେଁ, ଆଉ ଆମ୍ଭେମାନେ କ'ଣ ଏହାର ପିତାମାତାକୁ ଜାଣୁ ନାହୁଁ ? ତେବେ ମୁଁ ସ୍ୱର୍ଗରୁ ଅବତରଣ କରିଅଛି ବୋଲି ସେ ଏବେ କିପରି କହୁଅଛି ?
43 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆପଣା ଆପଣା ମଧ୍ୟରେ ବଚସା କର ନାହିଁ ।
44 ମୋହର ପ୍ରେରଣକର୍ତ୍ତା ପିତା ଯାହାକୁ ଆକର୍ଷଣ କରନ୍ତି, କେବଳ ସେ ମୋ' ନିକଟକୁ ଆସି ପାରେ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି ।
45 ଭାବବାଦୀମାନଙ୍କ ଧର୍ମଶାସ୍ତ୍ରରେ ଲିଖିତ ଅଛି, ସମସ୍ତେ ଈଶ୍ୱରଙ୍କ ଦ୍ୱାରା ଶିକ୍ଷା ପ୍ରାପ୍ତ ହେବେ । ଯେ କେହି ପିତାଙ୍କଠାରୁ ଶ୍ରବଣ କରି ଶିକ୍ଷା ଲାଭ କରିଅଛି, ସେ ମୋ' ନିକଟକୁ ଆସେ ।
46 କେହି ଯେ ପିତାଙ୍କୁ ଦେଖିଅଛି, ତାହା ନୁହେଁ; ଯେ ଈଶ୍ୱରଙ୍କଠାରୁ ଆସିଅଛନ୍ତି, କେବଳ ସେ ପିତାଙ୍କୁ ଦେଖିଅଛନ୍ତି ।
47 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି ।
ଯୋହନ 6 in ଓଡିଆ ବାଇବେଲ