50କେହି ଯେପରି ଭୋଜନ କରି ମୃତ୍ୟୁଭୋଗ ନ କରେ, ଏଥି ନିମନ୍ତେ ସ୍ୱର୍ଗରୁ ଅବତରଣ କରିବା ଆହାର ଏହି ଅଟେ ।
51ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ସେହି ଜୀବନ୍ତ ଆହାର; କେହି ଯଦି ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ; ହଁ, ମୁଁ ଯେଉଁ ଆହାର ଦେବି, ତାହା ମୋହର ମାଂସ, ମୁଁ ତାହା ଜଗତର ଜୀବନ ନିମନ୍ତେ ଦେବି ।
52ଏଥିରେ ଯିହୂଦୀମାନେ ପରସ୍ପର ବାଗ୍ଯୁଦ୍ଧ କରି କହିବାକୁ ଲାଗିଲେ, ଏ କିପରି ଆମ୍ଭମାନଙ୍କୁ ଆପଣା ମାଂସ ଖାଇବାକୁ ଦେଇ ପାରେ ?
53ସେଥିରେ ଯୀଶୁ ସେମାନଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟପୁତ୍ରଙ୍କର ମାଂସ ଭୋଜନ ନ କଲେ ଓ ତାହାଙ୍କ ରକ୍ତ ପାନ ନ କଲେ, ତୁମ୍ଭମାନଙ୍କଠାରେ ଜୀବନ ନାହିଁ ।
54ଯେ ମୋହର ମାଂସ ଭୋଜନ କରେ ଓ ମୋହର ରକ୍ତ ପାନ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି ।