Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 6

ଯୋହନ 6:59-71

Help us?
Click on verse(s) to share them!
59ସେ କଫର୍ନାହୂମର ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିବା ସମୟରେ ଏହି ସମସ୍ତ କଥା କହିଲେ ।
60ଅତଏବ, ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଅନେକେ ଏହା ଶୁଣି କହିଲେ, ଏ ଘୃଣାଜନକ କଥା, କିଏ ଏହା ଶୁଣି ପାରେ ?
61କିନ୍ତୁ ଯୀଶୁ, ତାହାଙ୍କ ଶିଷ୍ୟମାନେ ଯେ ସେ ବିଷୟରେ ବଚସା କରୁଅଛନ୍ତି, ତାହା ଅନ୍ତରରେ ଅବଗତ ହୋଇ ସେମାନଙ୍କୁ କହିଲେ, ଏହା କ'ଣ ତୁମ୍ଭମାନଙ୍କ ବିଘ୍ନର କାରଣ ହେଉଅଛି ?
62ତାହାହେଲେ ମନୁଷ୍ୟପୁତ୍ର ପୂର୍ବରେ ଯେଉଁ ସ୍ଥାନରେ ଥିଲେ, ସେ ସ୍ଥାନକୁ ଯେବେ ତାହାଙ୍କୁ ଆରୋହଣ କରିବା ଦେଖିବ, ତେବେ କ'ଣ ?
63ଆତ୍ମା ଜୀବନଦାୟକ; ମାଂସ କୌଣସି ଉପକାର କରେ ନାହିଁ; ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହିଅଛି, ସେହି ସବୁ ଆତ୍ମା ଓ ଜୀବନ ଅଟେ ।
64କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ବିଶ୍ୱାସ କରୁ ନାହାଁନ୍ତି । କାରଣ ଯେଉଁମାନେ ବିଶ୍ୱାସ କରୁ ନ ଥିଲେ ଏବଂ କିଏ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବ, ତାହା ଯୀଶୁ ଆଦ୍ୟରୁ ଜାଣିଥିଲେ ।
65ଆଉ ସେ କହିଲେ, ଏହି ହେତୁ ମୁଁ ତୁମ୍ଭମାନଙ୍କୁ କହିଅଛି, ପିତାଙ୍କଠାରୁ ଅନୁଗ୍ରହ ଦତ୍ତ ନ ହେଲେ କେହି ମୋ' ନିକଟକୁ ଆସି ପାରେ ନାହିଁ ।
66ସେହି ସମୟଠାରୁ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଅନେକେ ବିମୁଖ ହୋଇ ବାହାରିଗଲେ, ପୁଣି, ତାହାଙ୍କ ସାଙ୍ଗରେ ଆଉ ଗମନାଗମନ କଲେ ନାହିଁ ।
67ସେଥିରେ ଯୀଶୁ ଦ୍ୱାଦଶଙ୍କୁ ପଚାରିଲେ, ତୁମ୍ଭେମାନେ ମଧ୍ୟ କ'ଣ ଚାଲିଯିବାକୁ ଇଚ୍ଛା କରୁଅଛ ?
68ଶିମୋନ ପିତର ତାହାଙ୍କୁ ଉତ୍ତର ଦେଲେ, ପ୍ରଭୁ, କାହା ପାଖକୁ ଯିବା ? ଆପଣଙ୍କ ପାଖରେ ଅନନ୍ତ ଜୀବନର ବାକ୍ୟ ଅଛି;
69ଆଉ, ଆପଣ ଯେ ଈଶ୍ୱରଙ୍କର ସେହି ପବିତ୍ର ପୁରୁଷ, ଏହା ଆମ୍ଭେମାନେ ବିଶ୍ୱାସ କରିଅଛୁ ଓ ଜାଣିଅଛୁ ।
70ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ କ'ଣ ତୁମ୍ଭ ଦ୍ୱାଦଶଙ୍କୁ ମନୋନୀତ କରି ନାହିଁ ? ଆଉ, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ଶୟତାନ ।
71ସେ ଇଷ୍କାରିୟୋତୀୟ ଶିମୋନର ପୁତ୍ର ଯିହୂଦାକୁ ଲକ୍ଷ୍ୟ କରି ଏହା କହିଲେ, କାରଣ ସେ ଦ୍ୱାଦଶଙ୍କ ମଧ୍ୟରେ ଜଣେ, ଆଉ ସେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବାକୁ ଯାଉଥିଲା ।

Read ଯୋହନ 6ଯୋହନ 6
Compare ଯୋହନ 6:59-71ଯୋହନ 6:59-71