Text copied!
Bibles in Odia

ଯୋହନ 7:15-21 in Odia

Help us?

ଯୋହନ 7:15-21 in ଓଡିଆ ବାଇବେଲ

15 ଏଥିରେ ଯିହୂଦୀମାନେ ଚମତ୍କୃତ ହୋଇ କହିଲେ, ଏ ପାଠ ନ ପଢ଼ି କିପରି ପଣ୍ଡିତ ହେଲା ?
16 ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୋହର ଶିକ୍ଷା ମୋ' ନିଜର ନୁହେଁ, କିନ୍ତୁ ମୋ' ପ୍ରେରଣକର୍ତ୍ତାଙ୍କର ।
17 କେହି ଯଦି ତାହାଙ୍କର ଇଚ୍ଛା ସାଧନ କରିବାକୁ ଇଚ୍ଛୁକ ହୁଏ, ତାହାହେଲେ ଏହି ଶିକ୍ଷା ଈଶ୍ୱରଙ୍କଠାରୁ ଉତ୍ପନ୍ନ, ନା ମୁଁ ଆପଣାଠାରୁ କହୁଅଛି, ତାହା ସେ ଜାଣିବ ।
18 ଯେ ଆପଣାରୁ କହେ, ସେ ନିଜ ଗୌରବ ଅନ୍ୱେଷଣ କରେ, କିନ୍ତୁ ଯେ ଆପଣା ପ୍ରେରଣକର୍ତ୍ତାଙ୍କ ଗୌରବ ଅନ୍ୱେଷଣ କରେ, ସେ ସତ, ଆଉ ତାହାଠାରେ କୌଣସି ଅଧର୍ମ ନାହିଁ ।
19 ମୋଶା କ'ଣ ତୁମ୍ଭମାନଙ୍କୁ ମୋଶାଙ୍କ ବ୍ୟବସ୍ଥା ଦେଇ ନାହାଁନ୍ତି ? ତଥାପି ତୁମ୍ଭମାନଙ୍କ ମଧ୍ୟରୁ କେହି ମୋଶାଙ୍କ ବ୍ୟବସ୍ଥା ପାଳନ କରୁ ନାହଁ । ତୁମ୍ଭେମାନେ କାହିଁକି ମୋତେ ବଧ କରିବାକୁ ଚେଷ୍ଟା କରୁଅଛ ?
20 ଲୋକସମୂହ ଉତ୍ତର ଦେଲେ, ତୁମକୁ ଭୂତ ଲାଗିଅଛି, କିଏ ତୁମକୁ ବଧ କରିବାକୁ ଚେଷ୍ଟା କରୁଅଛି ?
21 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଗୋଟିଏ କର୍ମ କଲି, ଆଉ ତୁମ୍ଭେମାନେ ସମସ୍ତେ ଚମତ୍କୃତ ହୋଇଅଛ ।
ଯୋହନ 7 in ଓଡିଆ ବାଇବେଲ