Text copied!
Bibles in Odia

ଯୋହନ 7:21-25 in Odia

Help us?

ଯୋହନ 7:21-25 in ଓଡିଆ ବାଇବେଲ

21 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଗୋଟିଏ କର୍ମ କଲି, ଆଉ ତୁମ୍ଭେମାନେ ସମସ୍ତେ ଚମତ୍କୃତ ହୋଇଅଛ ।
22 ଏହି ହେତୁରୁ ମୋଶା ତୁମ୍ଭମାନଙ୍କୁ ସୁନ୍ନତ ବିଧି ଦେଇଅଛନ୍ତି (ଏହା ଯେ ମୋଶାଙ୍କଠାରୁ ହୋଇଅଛି, ତାହା ନୁହେଁ, ମାତ୍ର ପିତୃପୁରୁଷଙ୍କଠାରୁ), ଆଉ ତୁମ୍ଭେମାନେ ବିଶ୍ରାମବାରରେ ମନୁଷ୍ୟର ସୁନ୍ନତ କରୁଅଛ ।
23 ମୋଶାଙ୍କର ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ନ ହେବା ନିମନ୍ତେ ଯଦି ବିଶ୍ରାମବାରରେ ମନୁଷ୍ୟ ସୁନ୍ନତ ପ୍ରାପ୍ତ ହୁଏ, ତାହାହେଲେ ମୁଁ ବିଶ୍ରାମବାରରେ ଜଣେ ମନୁଷ୍ୟକୁ ସର୍ବାଙ୍ଗ ସୁସ୍ଥ କରିବାରୁ ତୁମ୍ଭେମାନେ କାହିଁକି ମୋ' ଉପରେ କ୍ରୋଧ କରୁଅଛ?
24 ବାହ୍ୟ ବିଷୟ ଦେଖି ବିଚାର ନ କରି ନ୍ୟାୟବିଚାର କର ।
25 ଏଥିରେ ଯିରୂଶାଲମ ନିବାସୀମାନଙ୍କ ମଧ୍ୟରୁ କେହି କେହି କହିବାକୁ ଲାଗିଲେ, ସେମାନେ ଯାହାକୁ ବଧ କରିବା ନିମନ୍ତେ ଚେଷ୍ଟା କରୁଅଛନ୍ତି, ଏ କ'ଣ ସେ ନୁହେଁ?
ଯୋହନ 7 in ଓଡିଆ ବାଇବେଲ