35ଏଥିରେ ଯିହୂଦୀମାନେ ପରସ୍ପର କହିଲେ, ଏ କେଉଁଠାକୁ ଯିବା ପାଇଁ ବାହାରିଅଛି ଯେ, ଆମ୍ଭେମାନେ ତାହାକୁ ପାଇବା ନାହିଁ ? ଏ କ'ଣ ଗ୍ରୀକ୍ମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ଯିହୂଦୀମାନଙ୍କ ନିକଟକୁ ଯାଇ ଗ୍ରୀକ୍ମାନଙ୍କୁ ଶିକ୍ଷା ଦେବାକୁ ବାହାରିଅଛି ?
36ତୁମ୍ଭେମାନେ ମୋତେ ଖୋଜିବ, ମାତ୍ର ପାଇବ ନାହିଁ, ଆଉ ମୁଁ ଯେଉଁଠାରେ ଥିବି, ତୁମ୍ଭେମାନେ ସେଠାକୁ ଆସିପାରିବ ନାହିଁ, ସେ ଏହି ଯେଉଁ କଥା କହିଲେ, ସେ କ'ଣ ?
37ଶେଷଦିନ, ଅର୍ଥାତ୍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, କେହି ଯଦି ତୃଷିତ ହୁଏ, ତେବେ ସେ ମୋ' ନିକଟକୁ ଆସି ପାନ କରୁ ।
38ଯେ ମୋ'ଠାରେ ବିଶ୍ୱାସ କରେ, ଧର୍ମଶାସ୍ତ୍ରର ଉକ୍ତି ପ୍ରମାଣେ ତାହାର ଅନ୍ତରରୁ ଜୀବନ୍ତ ଜଳସ୍ରୋତ ପ୍ରବାହିତ ହେଉଥିବ ।
39ତାହାଙ୍କଠାରେ ବିଶ୍ୱାସକାରୀମାନେ ଯେଉଁ ଆତ୍ମା ପାଇବାକୁ ଯାଉଥିଲେ, ତାହାଙ୍କ ବିଷୟରେ ସେ ଏହା କହିଲେ, କାରଣ ଯୀଶୁ ସେପର୍ଯ୍ୟନ୍ତ ମହିମାପ୍ରାପ୍ତ ହୋଇ ନ ଥିବାରୁ ଆତ୍ମା ପ୍ରଦତ୍ତ ହୋଇ ନ ଥିଲେ ।
40ଅତଏବ, ଲୋକସମୂହ ମଧ୍ୟରୁ କେହି କେହି ଏହି କଥା ଶୁଣି କହିବାକୁ ଲାଗିଲେ, ଏ ପ୍ରକୃତରେ ସେହି ଭାବବାଦୀ ।
41ଅନ୍ୟମାନେ କହିବାକୁ ଲାଗିଲେ, ଏ ଖ୍ରୀଷ୍ଟ; କିନ୍ତୁ କେହି କେହି କହିବାକୁ ଲାଗିଲେ, କ'ଣ! ଖ୍ରୀଷ୍ଟ ଗାଲିଲୀରୁ ଆସିବେ ?
42ଖ୍ରୀଷ୍ଟ ଯେ ଦାଉଦଙ୍କ ବଂଶରୁ ଓ ଦାଉଦ ଯେଉଁଠାରେ ଥିଲେ, ସେହି ବେଥଲିହିମ ଗ୍ରାମରୁ ଆସିବେ, ଏହା କ'ଣ ଧର୍ମଶାସ୍ତ୍ରର ବାକ୍ୟ କହି ନାହିଁ ?
43ତେଣୁ ଲୋକସମୂହ ମଧ୍ୟରେ ତାହାଙ୍କ ହେତୁ ମତଭେଦ ଘଟିଲା;
44ଆଉ, ସେମାନଙ୍କ ମଧ୍ୟରୁ କେହି କେହି ତାହାଙ୍କୁ ଧରିବାକୁ ଇଚ୍ଛା କରୁଥିଲେ, କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ ।