Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 7

ଯୋହନ 7:42-48

Help us?
Click on verse(s) to share them!
42ଖ୍ରୀଷ୍ଟ ଯେ ଦାଉଦଙ୍କ ବଂଶରୁ ଓ ଦାଉଦ ଯେଉଁଠାରେ ଥିଲେ, ସେହି ବେଥଲିହିମ ଗ୍ରାମରୁ ଆସିବେ, ଏହା କ'ଣ ଧର୍ମଶାସ୍ତ୍ରର ବାକ୍ୟ କହି ନାହିଁ ?
43ତେଣୁ ଲୋକସମୂହ ମଧ୍ୟରେ ତାହାଙ୍କ ହେତୁ ମତଭେଦ ଘଟିଲା;
44ଆଉ, ସେମାନଙ୍କ ମଧ୍ୟରୁ କେହି କେହି ତାହାଙ୍କୁ ଧରିବାକୁ ଇଚ୍ଛା କରୁଥିଲେ, କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ ।
45ଇତିମଧ୍ୟରେ ପଦାତିକମାନେ ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କ ନିକଟକୁ ବାହୁଡ଼ି ଆସିଲେ, ଆଉ ସେମାନେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହିଁକି ତାହାକୁ ଆଣିଲ ନାହିଁ?
46ପଦାତିକମାନେ ଉତ୍ତର ଦେଲେ, ଏହି ବ୍ୟକ୍ତି ଯେପ୍ରକାରେ କଥା କହନ୍ତି, କୌଣସି ମନୁଷ୍ୟ କେବେ ସେପ୍ରକାରେ କହି ନାହିଁ ।
47ସେଥିରେ ଫାରୂଶୀମାନେ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ମଧ୍ୟ କ'ଣ ଭ୍ରାନ୍ତ ହୋଇଅଛ?
48ନେତାମାନଙ୍କ ମଧ୍ୟରୁ କିମ୍ବା ଫାରୂଶୀମାନଙ୍କ ମଧ୍ୟରୁ କ'ଣ କେହି ତାହାଙ୍କଠାରେ ବିଶ୍ୱାସ କରିଅଛନ୍ତି?

Read ଯୋହନ 7ଯୋହନ 7
Compare ଯୋହନ 7:42-48ଯୋହନ 7:42-48