Text copied!
Bibles in Odia

ଯୋହନ 8:25-34 in Odia

Help us?

ଯୋହନ 8:25-34 in ଓଡିଆ ବାଇବେଲ

25 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ କିଏ ? ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ସଙ୍ଗରେ କଥା କହିଲେ ଲାଭ କ'ଣ ?
26 ତୁମ୍ଭମାନଙ୍କ ସମ୍ବନ୍ଧରେ କଥା କହିବାକୁ ଓ ବିଚାର କରିବାକୁ ମୋର ଅନେକ ବିଷୟ ଅଛି; ଯାହା ହେଉ, ମୋହର ପ୍ରେରଣକର୍ତ୍ତା ସତ୍ୟ, ଆଉ ମୁଁ ତାହାଙ୍କଠାରୁ ଯାହା ଯାହା ଶ୍ରବଣ କଲି, ସେହି ସବୁ ଜଗତକୁ ଜଣାଉଅଛି ।
27 ସେ ଯେ ପିତାଙ୍କ ସମ୍ବନ୍ଧରେ ସେମାନଙ୍କୁ କହୁଥିଲେ, ଏହା ସେମାନେ ବୁଝିଲେ ନାହିଁ ।
28 ଅତଏବ, ଯୀଶୁ କହିଲେ, ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କୁ ଗୌରବ ଦେବ, ସେତେବେଳେ ମୁଁ ଯେ ସେହି ବ୍ୟକ୍ତି ଓ ମୁଁ ନିଜରୁ କିଛି ନ କରି ବରଂ ପିତା ମୋତେ ଯେପ୍ରକାର ଶିକ୍ଷା ଦେଲେ, ସେହି ପ୍ରକାର ଏସମସ୍ତ କଥା ଯେ କହୁଅଛି, ଏହା ତୁମ୍ଭେମାନେ ବୁଝିବ ।
29 ମୋହର ପ୍ରେରଣକର୍ତ୍ତା ମୋ' ସାଙ୍ଗରେ ଅଛନ୍ତି; ସେ ମୋତେ ଏକାକୀ କରି ନାହାନ୍ତି, କାରଣ ମୁଁ ସର୍ବଦା ତାହାଙ୍କର ସନ୍ତୋଷଜନକ କାର୍ଯ୍ୟ କରେ ।
30 ସେ ଏହି ସମସ୍ତ କଥା କହନ୍ତେ, ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ ।
31 ଅତଏବ, ଯୀଶୁ ତାହାଙ୍କୁ ବିଶ୍ୱାସ କରିଥିବା ଯିହୂଦୀମାନଙ୍କୁ କହିଲେ, ଯଦି ତୁମ୍ଭେମାନେ ମୋହର ବାକ୍ୟରେ ସ୍ଥିର ହୋଇ ରହିବ, ତେବେ ତୁମ୍ଭେମାନେ ପ୍ରକୃତରେ ମୋହର ଶିଷ୍ୟ,
32 ପୁଣି, ତୁମ୍ଭେମାନେ ସତ୍ୟ ଜ୍ଞାତ ହେବ ଓ ସେହି ସତ୍ୟ ତୁମ୍ଭମାନଙ୍କୁ ମୁକ୍ତ କରିବ ।
33 ସେମାନେ ତାହାଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଅବ୍ରହାମଙ୍କର ବଂଶ, ଆଉ କେବେ ହେଁ କାହାରି ଦାସ ହୋଇ ନାହୁଁ, ତେବେ ତୁମ୍ଭେମାନେ ମୁକ୍ତ ହେବ ବୋଲି ତୁମ୍ଭେ କିପରି କହୁଅଛ ?
34 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ପାପ କରେ, ସେ ପାପର ଦାସ ।
ଯୋହନ 8 in ଓଡିଆ ବାଇବେଲ