Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 8

ଯୋହନ 8:41-52

Help us?
Click on verse(s) to share them!
41ତୁମ୍ଭେମାନେ ତୁମ୍ଭମାନଙ୍କ ପିତାର କର୍ମସବୁ କରୁଅଛ । ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ବ୍ୟଭିଚାରରୁ ଜାତ ହୋଇ ନାହୁଁ; ଆମ୍ଭମାନଙ୍କର ଏକମାତ୍ର ପିତା, ସେ ଈଶ୍ୱର ।
42ଯୀଶୁ ସେମାନଙ୍କୁ କହିଲେ, ଈଶ୍ୱର ଯଦି ତୁମ୍ଭମାନଙ୍କର ପିତା ହୋଇଥାଆନ୍ତେ, ତାହାହେଲେ ତୁମ୍ଭେମାନେ ମୋତେ ପ୍ରେମ କରନ୍ତ; କାରଣ ମୁଁ ଈଶ୍ୱରଙ୍କଠାରୁ ଆସିଅଛି; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ସେ ମୋତେ ପ୍ରେରଣ କଲେ ।
43ତୁମ୍ଭେମାନେ କାହିଁକି ମୋହର କଥା ବୁଝୁ ନାହଁ ? ତୁମ୍ଭେମାନେ ତ ମୋହର ବାକ୍ୟ ଶୁଣି ପାରୁ ନାହଁ ।
44ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା । ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ । ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା ।
45କିନ୍ତୁ ମୁଁ ସତ୍ୟ କହିଥିବାରୁ ତୁମ୍ଭେମାନେ ମୋତେ ବିଶ୍ୱାସ କରୁ ନାହଁ ।
46ମୋ'ଠାରେ ପାପ ଅଛି ବୋଲି ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରମାଣ ଦେଉଅଛି ? ମୁଁ ଯେବେ ସତ୍ୟ କହେ, ତେବେ ତୁମ୍ଭେମାନେ କାହିଁକି ମୋତେ ବିଶ୍ୱାସ କରୁ ନାହଁ ?
47ଯେ ଈଶ୍ୱରଙ୍କଠାରୁ ଉତ୍ପନ୍ନ, ସେ ଈଶ୍ୱରଙ୍କ ବାକ୍ୟ ଶୁଣେ; ଏହି ହେତୁ ତୁମ୍ଭେମାନେ ଶୁଣୁ ନାହଁ, କାରଣ ତୁମ୍ଭେମାନେ ଈଶ୍ୱରଙ୍କଠାରୁ ଉତ୍ପନ୍ନ ନୁହଁ ।
48ଯିହୂଦୀମାନେ ତାହାଙ୍କୁ ଉତ୍ତର ଦେଲେ, ତୁ ଯେ ଜଣେ ଶମିରୋଣୀୟ ଓ ତୋତେ ଯେ ଭୂତ ଲାଗିଅଛି, ଏହା କ'ଣ ଆମ୍ଭେମାନେ ଠିକ‍ କହୁ ନାହୁଁ ?
49ଯୀଶୁ ଉତ୍ତର ଦେଲେ, ମୋତେ ଭୂତ ଲାଗି ନାହିଁ, କିନ୍ତୁ ମୁଁ ମୋହର ପିତାଙ୍କୁ ସମାଦର କରୁଅଛି, ଆଉ ତୁମ୍ଭେମାନେ ମୋତେ ଅନାଦର କରୁଅଛ ।
50କିନ୍ତୁ ମୁଁ ନିଜର ଗୌରବ ଅନ୍ୱେଷଣ କରେ ନାହିଁ; ଯେ ଅନ୍ୱେଷଣ କରନ୍ତି ଓ ବିଚାର କରନ୍ତି, ଏପରି ଜଣେ ଅଛନ୍ତି ।
51ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁ ଦର୍ଶନ କରିବ ନାହିଁ ।
52ଯିହୂଦୀମାନେ ତାହାଙ୍କୁ କହିଲେ, ଏବେ ଆମ୍ଭେମାନେ ଜାଣିଲୁ ଯେ, ତୋତେ ଭୂତ ଲାଗିଅଛି, ଅବ୍ରହାମ ଓ ଭାବବାଦୀମାନେ ମୃତ୍ୟୁଭୋଗ କରିଅଛନ୍ତି, ଆଉ ତୁ କହୁଅଛୁ, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁର ଆସ୍ୱାଦ ପାଇବ ନାହିଁ ।

Read ଯୋହନ 8ଯୋହନ 8
Compare ଯୋହନ 8:41-52ଯୋହନ 8:41-52