Text copied!
Bibles in Odia

ଯୋହନ 8:45-57 in Odia

Help us?

ଯୋହନ 8:45-57 in ଓଡିଆ ବାଇବେଲ

45 କିନ୍ତୁ ମୁଁ ସତ୍ୟ କହିଥିବାରୁ ତୁମ୍ଭେମାନେ ମୋତେ ବିଶ୍ୱାସ କରୁ ନାହଁ ।
46 ମୋ'ଠାରେ ପାପ ଅଛି ବୋଲି ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରମାଣ ଦେଉଅଛି ? ମୁଁ ଯେବେ ସତ୍ୟ କହେ, ତେବେ ତୁମ୍ଭେମାନେ କାହିଁକି ମୋତେ ବିଶ୍ୱାସ କରୁ ନାହଁ ?
47 ଯେ ଈଶ୍ୱରଙ୍କଠାରୁ ଉତ୍ପନ୍ନ, ସେ ଈଶ୍ୱରଙ୍କ ବାକ୍ୟ ଶୁଣେ; ଏହି ହେତୁ ତୁମ୍ଭେମାନେ ଶୁଣୁ ନାହଁ, କାରଣ ତୁମ୍ଭେମାନେ ଈଶ୍ୱରଙ୍କଠାରୁ ଉତ୍ପନ୍ନ ନୁହଁ ।
48 ଯିହୂଦୀମାନେ ତାହାଙ୍କୁ ଉତ୍ତର ଦେଲେ, ତୁ ଯେ ଜଣେ ଶମିରୋଣୀୟ ଓ ତୋତେ ଯେ ଭୂତ ଲାଗିଅଛି, ଏହା କ'ଣ ଆମ୍ଭେମାନେ ଠିକ‍ କହୁ ନାହୁଁ ?
49 ଯୀଶୁ ଉତ୍ତର ଦେଲେ, ମୋତେ ଭୂତ ଲାଗି ନାହିଁ, କିନ୍ତୁ ମୁଁ ମୋହର ପିତାଙ୍କୁ ସମାଦର କରୁଅଛି, ଆଉ ତୁମ୍ଭେମାନେ ମୋତେ ଅନାଦର କରୁଅଛ ।
50 କିନ୍ତୁ ମୁଁ ନିଜର ଗୌରବ ଅନ୍ୱେଷଣ କରେ ନାହିଁ; ଯେ ଅନ୍ୱେଷଣ କରନ୍ତି ଓ ବିଚାର କରନ୍ତି, ଏପରି ଜଣେ ଅଛନ୍ତି ।
51 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁ ଦର୍ଶନ କରିବ ନାହିଁ ।
52 ଯିହୂଦୀମାନେ ତାହାଙ୍କୁ କହିଲେ, ଏବେ ଆମ୍ଭେମାନେ ଜାଣିଲୁ ଯେ, ତୋତେ ଭୂତ ଲାଗିଅଛି, ଅବ୍ରହାମ ଓ ଭାବବାଦୀମାନେ ମୃତ୍ୟୁଭୋଗ କରିଅଛନ୍ତି, ଆଉ ତୁ କହୁଅଛୁ, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁର ଆସ୍ୱାଦ ପାଇବ ନାହିଁ ।
53 ତୁ କ'ଣ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କ ଅପେକ୍ଷା ଶ୍ରେଷ୍ଠ? ସେ ତ ମୃତ୍ୟୁଭୋଗ କରିଅଛନ୍ତି, ଭାବବାଦୀମାନେ ମଧ୍ୟ ମୃତ୍ୟୁଭୋଗ କରିଅଛନ୍ତି; ତୁ ନିଜକୁ କିଏ ବୋଲି କହୁଅଛୁ ?
54 ଯୀଶୁ ଉତ୍ତର ଦେଲେ, ମୁଁ ଯଦି ନିଜର ଗୌରବ କରୁଥାଏ, ତେବେ ମୋହର ଗୌରବ କିଛି ନୁହେଁ; ମୋହର ଯେଉଁ ପିତାଙ୍କୁ ତୁମ୍ଭେମାନେ ତୁମ୍ଭମାନଙ୍କ ଈଶ୍ୱର ବୋଲି କହୁଅଛ, ସେ ମୋହର ଗୌରବ କରୁଅଛନ୍ତି ;
55 ଆଉ, ତୁମ୍ଭେମାନେ ତାହାଙ୍କୁ ଜାଣି ନାହଁ, କିନ୍ତୁ ମୁଁ ତାହାଙ୍କୁ ଜାଣେ । ପୁଣି, ମୁଁ ତାହାଙ୍କୁ ଜାଣେ ନାହିଁ ବୋଲି ଯଦି କହିବି, ତାହାହେଲେ ମୁଁ ତୁମ୍ଭମାନଙ୍କ ପରି ମିଥ୍ୟାବାଦୀ ହେବି, କିନ୍ତୁ ମୁଁ ତାହାଙ୍କୁ ଜାଣେ ଓ ତାହାଙ୍କର ବାକ୍ୟ ପାଳନ କରେ ।
56 ତୁମ୍ଭମାନଙ୍କର ପିତା ଅବ୍ରାହାମ ମୋହର ଦିନ ଦେଖିବା ଆଶାରେ ଉଲ୍ଲାସ କଲେ, ଆଉ ସେ ତାହା ଦେଖି ଆନନ୍ଦ କଲେ ।
57 ସେଥିରେ ଯିହୂଦୀମାନେ ତାହାଙ୍କୁ କହିଲେ, ତୁମ୍ଭକୁ ତ ଏଯାଏଁ ପଚାଶ ବର୍ଷ ବୟସ ହୋଇ ନାହିଁ, ତୁମ୍ଭେ କ'ଣ ଅବ୍ରହାମଙ୍କୁ ଦେଖିଅଛ ?
ଯୋହନ 8 in ଓଡିଆ ବାଇବେଲ