48ଯିହୂଦୀମାନେ ତାହାଙ୍କୁ ଉତ୍ତର ଦେଲେ, ତୁ ଯେ ଜଣେ ଶମିରୋଣୀୟ ଓ ତୋତେ ଯେ ଭୂତ ଲାଗିଅଛି, ଏହା କ'ଣ ଆମ୍ଭେମାନେ ଠିକ କହୁ ନାହୁଁ ?
49ଯୀଶୁ ଉତ୍ତର ଦେଲେ, ମୋତେ ଭୂତ ଲାଗି ନାହିଁ, କିନ୍ତୁ ମୁଁ ମୋହର ପିତାଙ୍କୁ ସମାଦର କରୁଅଛି, ଆଉ ତୁମ୍ଭେମାନେ ମୋତେ ଅନାଦର କରୁଅଛ ।
50କିନ୍ତୁ ମୁଁ ନିଜର ଗୌରବ ଅନ୍ୱେଷଣ କରେ ନାହିଁ; ଯେ ଅନ୍ୱେଷଣ କରନ୍ତି ଓ ବିଚାର କରନ୍ତି, ଏପରି ଜଣେ ଅଛନ୍ତି ।
51ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁ ଦର୍ଶନ କରିବ ନାହିଁ ।