Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 8

ଯୋହନ 8:52-57

Help us?
Click on verse(s) to share them!
52ଯିହୂଦୀମାନେ ତାହାଙ୍କୁ କହିଲେ, ଏବେ ଆମ୍ଭେମାନେ ଜାଣିଲୁ ଯେ, ତୋତେ ଭୂତ ଲାଗିଅଛି, ଅବ୍ରହାମ ଓ ଭାବବାଦୀମାନେ ମୃତ୍ୟୁଭୋଗ କରିଅଛନ୍ତି, ଆଉ ତୁ କହୁଅଛୁ, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁର ଆସ୍ୱାଦ ପାଇବ ନାହିଁ ।
53ତୁ କ'ଣ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କ ଅପେକ୍ଷା ଶ୍ରେଷ୍ଠ? ସେ ତ ମୃତ୍ୟୁଭୋଗ କରିଅଛନ୍ତି, ଭାବବାଦୀମାନେ ମଧ୍ୟ ମୃତ୍ୟୁଭୋଗ କରିଅଛନ୍ତି; ତୁ ନିଜକୁ କିଏ ବୋଲି କହୁଅଛୁ ?
54ଯୀଶୁ ଉତ୍ତର ଦେଲେ, ମୁଁ ଯଦି ନିଜର ଗୌରବ କରୁଥାଏ, ତେବେ ମୋହର ଗୌରବ କିଛି ନୁହେଁ; ମୋହର ଯେଉଁ ପିତାଙ୍କୁ ତୁମ୍ଭେମାନେ ତୁମ୍ଭମାନଙ୍କ ଈଶ୍ୱର ବୋଲି କହୁଅଛ, ସେ ମୋହର ଗୌରବ କରୁଅଛନ୍ତି ;
55ଆଉ, ତୁମ୍ଭେମାନେ ତାହାଙ୍କୁ ଜାଣି ନାହଁ, କିନ୍ତୁ ମୁଁ ତାହାଙ୍କୁ ଜାଣେ । ପୁଣି, ମୁଁ ତାହାଙ୍କୁ ଜାଣେ ନାହିଁ ବୋଲି ଯଦି କହିବି, ତାହାହେଲେ ମୁଁ ତୁମ୍ଭମାନଙ୍କ ପରି ମିଥ୍ୟାବାଦୀ ହେବି, କିନ୍ତୁ ମୁଁ ତାହାଙ୍କୁ ଜାଣେ ଓ ତାହାଙ୍କର ବାକ୍ୟ ପାଳନ କରେ ।
56ତୁମ୍ଭମାନଙ୍କର ପିତା ଅବ୍ରାହାମ ମୋହର ଦିନ ଦେଖିବା ଆଶାରେ ଉଲ୍ଲାସ କଲେ, ଆଉ ସେ ତାହା ଦେଖି ଆନନ୍ଦ କଲେ ।
57ସେଥିରେ ଯିହୂଦୀମାନେ ତାହାଙ୍କୁ କହିଲେ, ତୁମ୍ଭକୁ ତ ଏଯାଏଁ ପଚାଶ ବର୍ଷ ବୟସ ହୋଇ ନାହିଁ, ତୁମ୍ଭେ କ'ଣ ଅବ୍ରହାମଙ୍କୁ ଦେଖିଅଛ ?

Read ଯୋହନ 8ଯୋହନ 8
Compare ଯୋହନ 8:52-57ଯୋହନ 8:52-57