54ଯୀଶୁ ଉତ୍ତର ଦେଲେ, ମୁଁ ଯଦି ନିଜର ଗୌରବ କରୁଥାଏ, ତେବେ ମୋହର ଗୌରବ କିଛି ନୁହେଁ; ମୋହର ଯେଉଁ ପିତାଙ୍କୁ ତୁମ୍ଭେମାନେ ତୁମ୍ଭମାନଙ୍କ ଈଶ୍ୱର ବୋଲି କହୁଅଛ, ସେ ମୋହର ଗୌରବ କରୁଅଛନ୍ତି ;
55ଆଉ, ତୁମ୍ଭେମାନେ ତାହାଙ୍କୁ ଜାଣି ନାହଁ, କିନ୍ତୁ ମୁଁ ତାହାଙ୍କୁ ଜାଣେ । ପୁଣି, ମୁଁ ତାହାଙ୍କୁ ଜାଣେ ନାହିଁ ବୋଲି ଯଦି କହିବି, ତାହାହେଲେ ମୁଁ ତୁମ୍ଭମାନଙ୍କ ପରି ମିଥ୍ୟାବାଦୀ ହେବି, କିନ୍ତୁ ମୁଁ ତାହାଙ୍କୁ ଜାଣେ ଓ ତାହାଙ୍କର ବାକ୍ୟ ପାଳନ କରେ ।
56ତୁମ୍ଭମାନଙ୍କର ପିତା ଅବ୍ରାହାମ ମୋହର ଦିନ ଦେଖିବା ଆଶାରେ ଉଲ୍ଲାସ କଲେ, ଆଉ ସେ ତାହା ଦେଖି ଆନନ୍ଦ କଲେ ।
57ସେଥିରେ ଯିହୂଦୀମାନେ ତାହାଙ୍କୁ କହିଲେ, ତୁମ୍ଭକୁ ତ ଏଯାଏଁ ପଚାଶ ବର୍ଷ ବୟସ ହୋଇ ନାହିଁ, ତୁମ୍ଭେ କ'ଣ ଅବ୍ରହାମଙ୍କୁ ଦେଖିଅଛ ?
58ଯୀଶୁ ସେମାନଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅବ୍ରହାମଙ୍କ ଜନ୍ମ ପୂର୍ବରୁ ମୁଁ ଅଛି ।
59ସେଥିରେ ସେମାନେ ତାହାଙ୍କ ଉପରକୁ ଫୋପାଡ଼ିବା ନିମନ୍ତେ ପଥର ଉଠାଇଲେ, କିନ୍ତୁ ଯୀଶୁ ଗୋପନରେ ମନ୍ଦିରରୁ ବାହାରିଗଲେ ।