Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 9

ଯୋହନ 9:11-27

Help us?
Click on verse(s) to share them!
11ସେ ଉତ୍ତର ଦେଲା, ଯାହାଙ୍କୁ ଯୀଶୁ ବୋଲି କହନ୍ତି, ସେହି ବ୍ୟକ୍ତି କାଦୁଅ କରି ମୋହର ଦୁଇ ଆଖିରେ ଲଗାଇଲେ ଏବଂ ମୋତେ କହିଲେ, ଶିଲୋହକୁ ଯାଇ ଧୋଇ ହୁଅ; ତେଣୁ ମୁଁ ବାହାରିଯାଇ ଧୋଇ ହେଲି ଓ ଦୃଷ୍ଟି ପାଇଲି ।
12ସେମାନେ ତାହାକୁ ପଚାରିଲେ, ସେ କାହିଁ ? ସେ କହିଲା, ମୁଁ ଜାଣେ ନାହିଁ ।
13ଯେ ପୂର୍ବରେ ଅନ୍ଧ ଥିଲା, ସେମାନେ ତାହାକୁ ଫାରୂଶୀମାନଙ୍କ ନିକଟକୁ ଆଣିଲେ ।
14ଯୀଶୁ ଯେଉଁ ଦିନ କାଦୁଅ କରି ତାହାର ଆଖି ଫିଟାଇ ଦେଇଥିଲେ, ସେହି ଦିନ ବିଶ୍ରାମବାର ।
15ଅତଏବ, ସେ କିପରି ଦୃଷ୍ଟି ପାଇଲା, ଏହା ଫାରୂଶୀମାନେ ମଧ୍ୟ ତାହାକୁ ଆଉ ଥରେ ପଚାରିବାକୁ ଲାଗିଲେ । ସେଥିରେ ସେ ସେମାନଙ୍କୁ କହିଲା, ସେ ମୋହର ଆଖିରେ କାଦୁଅ ଲଗାଇଦେଲେ, ପରେ ମୁଁ ଧୋଇ ହେଲି ଓ ଦେଖି ପାରୁଅଛି ।
16ତହୁଁ ଫାରୂଶୀମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଲୋକଟା ଈଶ୍ୱରଙ୍କ ନିକଟରୁ ଆସି ନାହିଁ, କାରଣ ସେ ବିଶ୍ରାମବାର ପାଳନ କରୁ ନାହିଁ । ଆଉ, କେହି କେହି କହିଲେ, ପାପୀ ଲୋକ କିପରି ଏହି ପ୍ରକାର ଆଶ୍ଚର୍ଯ୍ୟ କର୍ମସବୁ କରି ପାରେ? ଏହିପରି ଭାବେ ସେମାନଙ୍କ ମଧ୍ୟରେ ମତଭେଦ ହେଲା ।
17ତେଣୁ ସେମାନେ ଆହୁରି ଥରେ ସେହି ଅନ୍ଧ ଲୋକଟିକୁ ପଚାରିଲେ, ସେ ଯେ ତୋର ଆଖି ଫିଟାଇଲା, ଏଥିରେ ତୁ ତା' ବିଷୟରେ କ'ଣ କହୁଛୁ ? ସେ କହିଲା, ସେ ଜଣେ ଭାବବାଦୀ ।
18ସେ ଯେ ଅନ୍ଧ ଥିଲା ଆଉ ଦୃଷ୍ଟି ପାଇଅଛି, ସେହି ଦୃଷ୍ଟି ପାଇଥିବା ଲୋକର ପିତାମାତାଙ୍କୁ ଡାକି ନ ପଚାରିବା ପର୍ଯ୍ୟନ୍ତ ଯିହୂଦୀମାନେ ତାହା ସମ୍ବନ୍ଧରେ ଏହା ବିଶ୍ୱାସ କଲେ ନାହିଁ ।
19ସେମାନେ ସେମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କର ଯେଉଁ ପୁଅ ଅନ୍ଧ ହୋଇ ଜନ୍ମ ହୋଇଥିଲା ବୋଲି କହିଥାଅ, ଏ କ'ଣ ତୁମ୍ଭମାନଙ୍କର ସେହି ପୁଅ ? ତାହାହେଲେ ସେ କିପରି ଏବେ ଦେଖୁଅଛି ?
20ସେଥିରେ ତାହାର ପିତାମାତା ଉତ୍ତର ଦେଲେ, ଏ ଯେ ଆମ୍ଭମାନଙ୍କର ପୁଅ ଓ ଏ ଯେ ଅନ୍ଧ ହୋଇ ଜନ୍ମ ହୋଇଥିଲା, ଏହା ଆମ୍ଭେମାନେ ଜାଣୁ;
21କିନ୍ତୁ ସେ କିପରି ଏବେ ଦେଖୁଅଛି, ତାହା ଜାଣୁ ନାହିଁ, କିମ୍ବା କିଏ ତାହାର ଆଖି ଫିଟାଇଦେଲେ, ତାହା ମଧ୍ୟ ଆମ୍ଭେମାନେ ଜାଣୁ ନାହୁଁ; ତାହାକୁ ପଚାରନ୍ତୁ, ସେ ତ ବୟସପ୍ରାପ୍ତ, ସେ ଆପଣା କଥା ଆପେ କହିବ ।
22ତାହାର ପିତାମାତା ଯିହୂଦୀମାନଙ୍କୁ ଭୟ କରୁଥିବାରୁ ଏହି ସମସ୍ତ କଥା କହିଲେ, କାରଣ ଯଦି କେହି ତାହାଙ୍କୁ ଖ୍ରୀଷ୍ଟ ବୋଲି ସ୍ୱୀକାର କରେ, ତାହାହେଲେ ସେ ସମାଜଗୃହରୁ ବାହାର କରାଯିବ ବୋଲି ସେଥିପୂର୍ବେ ଯିହୂଦୀମାନେ ଏକମତ ହୋଇଥିଲେ ।
23ଅତଏବ, ତାହାର ପିତାମାତା କହିଲେ, ସେ ବୟସପ୍ରାପ୍ତ, ତାହାକୁ ପଚାରନ୍ତୁ ।
24ସେଥିରେ ପୂର୍ବରେ ଅନ୍ଧ ଥିବା ଲୋକକୁ ସେମାନେ ଦ୍ୱିତୀୟ ଥର ଡାକି କହିଲେ, ଈଶ୍ୱରଙ୍କୁ ଗୌରବ ଦିଅ, ସେ ଲୋକଟା ଯେ ପାପୀ, ଏହା ଆମ୍ଭେମାନେ ଜାଣୁ ।
25ସେଥିରେ ସେ ଉତ୍ତର ଦେଲା, ସେ ପାପୀ କି ନୁହେଁ, ମୁଁ ତାହା ଜାଣେ ନାହିଁ; ମୁଁ ଗୋଟିଏ ବିଷୟ ଜାଣେ, ମୁଁ ଅନ୍ଧ ଥିଲି, ଏବେ ଦେଖି ପାରୁଅଛି ।
26ତେଣୁ ସେମାନେ ତାକୁ କହିଲେ, ସେ ତୋତେ କ'ଣ କଲା ? ସେ କିପ୍ରକାରେ ତୋର ଆଖି ଫିଟାଇଦେଲା ?
27ସେ ସେମାନଙ୍କୁ ଉତ୍ତର ଦେଲା, ମୁଁ କହିସାରିଲିଣି, ଆଉ ଆପଣମାନେ ଶୁଣିଲେ ନାହିଁ; କାହିଁକି ଆଉ ଥରେ ଶୁଣିବାକୁ ଇଚ୍ଛା କରୁଅଛନ୍ତି ? ଆପଣମାନେ ମଧ୍ୟ କ'ଣ ତାହାଙ୍କର ଶିଷ୍ୟ ହେବାକୁ ଇଚ୍ଛା କରୁଅଛନ୍ତି ?

Read ଯୋହନ 9ଯୋହନ 9
Compare ଯୋହନ 9:11-27ଯୋହନ 9:11-27