Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 9

ଯୋହନ 9:2-17

Help us?
Click on verse(s) to share them!
2ଆଉ, ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, କିଏ ପାପ କରିବାରୁ ଏ ଅନ୍ଧ ହୋଇ ଜନ୍ମ ହେଲା ? ନିଜେ ନା ଏହାର ପିତାମାତା ?
3ଯୀଶୁ ଉତ୍ତର ଦେଲେ, ଏ କିମ୍ବା ଏହାର ପିତାମାତା ପାପ କଲେ ନାହିଁ, କିନ୍ତୁ ଈଶ୍ୱରଙ୍କ କର୍ମ ଯେପରି ଏହାଠାରେ ପ୍ରକାଶିତ ହୁଏ, ଏନିମନ୍ତେ ଏହା ଘଟିଅଛି ।
4ଦିନ ଥାଉ ଥାଉ ମୋହର ପ୍ରେରଣକର୍ତ୍ତାଙ୍କ କର୍ମ କରିବା ଆମ୍ଭମାନଙ୍କ କର୍ତ୍ତବ୍ୟ; ଯେଉଁ ସମୟରେ କେହି କର୍ମ କରି ପାରେ ନାହିଁ, ଏପରି ରାତ୍ରି ଆସୁଅଛି ।
5ମୁଁ ଯେପର୍ଯ୍ୟନ୍ତ ଜଗତରେ ଅଛି, ସେପର୍ଯ୍ୟନ୍ତ ମୁଁ ଜଗତର ଜ୍ୟୋତିଃ ।
6ଏହା କହି ସେ ମାଟିରେ ଛେପ ପକାଇ ସେହି ଛେପରେ କାଦୁଅ କଲେ, ଆଉ ତାହାର ଦୁଇ ଆଖିରେ କାଦୁଅ ଲଗାଇଲେ ଏବଂ ତାହାକୁ କହିଲେ, ଯାଅ,
7ଶିଲୋହ (ଅନୁବାଦ କଲେ, ଏହାର ଅର୍ଥ ପ୍ରେରିତ) ପୋଖରୀରେ ଧୋଇ ହୁଅ । ସେଥିରେ ସେ ବାହାରିଯାଇ ଧୋଇ ହେଲା ଓ ଦୃଷ୍ଟି ପାଇ ଚାଲିଗଲା ।
8ତେଣୁ ପ୍ରତିବାସୀମାନେ, ପୁଣି, ଯେଉଁମାନେ ତାହାକୁ ପୂର୍ବେ ଜଣେ ଭିକାରୀ ବୋଲି ଦେଖିଥିଲେ, ସେମାନେ ପଚାରିଲେ, ଯେ ବସି ଭିକ ମାଗୁଥିଲା, ଏ କ'ଣ ସେହି ନୁହେଁ ?
9କେହି କେହି କହିଲେ, ଏ ସେ; ଆଉ କେହି କେହି କହିଲେ, ନା, ଏ ତାହା ପରି । ସେ କହିଲା, ମୁଁ ସେହି ।
10ସେଥିରେ ସେମାନେ ତାହାକୁ କହିଲେ, ତାହାହେଲେ ତୋର ଆଖି କିପରି ଫିଟିଗଲା ?
11ସେ ଉତ୍ତର ଦେଲା, ଯାହାଙ୍କୁ ଯୀଶୁ ବୋଲି କହନ୍ତି, ସେହି ବ୍ୟକ୍ତି କାଦୁଅ କରି ମୋହର ଦୁଇ ଆଖିରେ ଲଗାଇଲେ ଏବଂ ମୋତେ କହିଲେ, ଶିଲୋହକୁ ଯାଇ ଧୋଇ ହୁଅ; ତେଣୁ ମୁଁ ବାହାରିଯାଇ ଧୋଇ ହେଲି ଓ ଦୃଷ୍ଟି ପାଇଲି ।
12ସେମାନେ ତାହାକୁ ପଚାରିଲେ, ସେ କାହିଁ ? ସେ କହିଲା, ମୁଁ ଜାଣେ ନାହିଁ ।
13ଯେ ପୂର୍ବରେ ଅନ୍ଧ ଥିଲା, ସେମାନେ ତାହାକୁ ଫାରୂଶୀମାନଙ୍କ ନିକଟକୁ ଆଣିଲେ ।
14ଯୀଶୁ ଯେଉଁ ଦିନ କାଦୁଅ କରି ତାହାର ଆଖି ଫିଟାଇ ଦେଇଥିଲେ, ସେହି ଦିନ ବିଶ୍ରାମବାର ।
15ଅତଏବ, ସେ କିପରି ଦୃଷ୍ଟି ପାଇଲା, ଏହା ଫାରୂଶୀମାନେ ମଧ୍ୟ ତାହାକୁ ଆଉ ଥରେ ପଚାରିବାକୁ ଲାଗିଲେ । ସେଥିରେ ସେ ସେମାନଙ୍କୁ କହିଲା, ସେ ମୋହର ଆଖିରେ କାଦୁଅ ଲଗାଇଦେଲେ, ପରେ ମୁଁ ଧୋଇ ହେଲି ଓ ଦେଖି ପାରୁଅଛି ।
16ତହୁଁ ଫାରୂଶୀମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଲୋକଟା ଈଶ୍ୱରଙ୍କ ନିକଟରୁ ଆସି ନାହିଁ, କାରଣ ସେ ବିଶ୍ରାମବାର ପାଳନ କରୁ ନାହିଁ । ଆଉ, କେହି କେହି କହିଲେ, ପାପୀ ଲୋକ କିପରି ଏହି ପ୍ରକାର ଆଶ୍ଚର୍ଯ୍ୟ କର୍ମସବୁ କରି ପାରେ? ଏହିପରି ଭାବେ ସେମାନଙ୍କ ମଧ୍ୟରେ ମତଭେଦ ହେଲା ।
17ତେଣୁ ସେମାନେ ଆହୁରି ଥରେ ସେହି ଅନ୍ଧ ଲୋକଟିକୁ ପଚାରିଲେ, ସେ ଯେ ତୋର ଆଖି ଫିଟାଇଲା, ଏଥିରେ ତୁ ତା' ବିଷୟରେ କ'ଣ କହୁଛୁ ? ସେ କହିଲା, ସେ ଜଣେ ଭାବବାଦୀ ।

Read ଯୋହନ 9ଯୋହନ 9
Compare ଯୋହନ 9:2-17ଯୋହନ 9:2-17